PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ – ରନୱେରେ ଧକ୍କା ହେଲା ଦୁଇଟି ବିମାନ ; ଆତଙ୍କରେ ଥରିଲେ ଯାତ୍ରୀ
  • ||
  • ଧାରା ୩୭୦ ଉଚ୍ଛେଦ ବେଳେ କେଜ୍ରିଓ୍ବାଲ କେଉଁଠି ଥିଲେ ? ଏବେ ଆମକୁ ସମର୍ଥନ ମାଗୁଛନ୍ତି : ଓମାର ଅବଦୁଲ୍ଲା
  • ||
  • ରାଉରକେଲା : ପାଞ୍ଚ ବର୍ଷର ପୁଅକୁ ମାରି ଟାଙ୍ଗି ଦେଲା ବାପା, ପରକୀୟା ପ୍ରୀତିରୁ ହତ୍ୟା ସନ୍ଦେହ
  • ||
  • ହିନ୍ଦୋଳ : ହାତୀ ଆକ୍ରମଣରେ ବୃଦ୍ଧ ମୃତ, ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା
  • ||
  • ଭୁବନେଶ୍ଵର : ୧୭ରେ ଓଡ଼ିଶା ଆସିବେ ଅମିତ ଶାହ, ଢେଙ୍କାନାଳ ସମାବେଶରେ ୫୦ ହଜାର ଲୋକଙ୍କୁ ଦେବେ ଉଦବୋଧନ
  • ||

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ କେନ୍ଦ୍ରମନ୍ତ୍ରୀ, କୋରାପୁଟ ମାନବ ସଭ୍ୟତାର ପ୍ରାଚୀନ ପ୍ରୟୋଗଶାଳା କହିଲେ ଧର୍ମେନ୍ଦ୍ର ପ୍ରଧାନ  

କୋରାପୁଟ,୦୧/୦୪: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ‘ଉତ୍କଳ ଦିବସ’ର ମହାନ ଅବସରରେ କୋରାପୁଟ ଜିଲ୍ଲା ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ନୂତନ ଷ୍ଟାଡ଼ିୟମ ପାଇଁ ଭୂମିପୂଜନ କରିବା ସହ ପ୍ରାଧ୍ୟାପକଙ୍କ ପାଇଁ ଓ୍ୱାର୍କ ଷ୍ଟେସନ ଓ ଡିଜିଟାଲ ଭାଷା ଲ୍ୟାବର ଉଦଘାଟନ କରିଛନ୍ତି । ଏହାସହ ବିଶ୍ୱବିଦ୍ୟାଳୟରେ ସନ୍ଥ କବି ଭୀମ ଭୋଇ ଚେୟାର ପ୍ରତିଷ୍ଠା କରାଯାଇଛି ।

ଏହି ଅବସରରେ ଶ୍ରୀ ପ୍ରଧାନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ବି.ଇଡି ବିଭାଗ ଏବଂ ଓଡ଼ିଆ ବିଭାଗ ମିଳିତ ଭାବେ କୋରାପୁଟରେ କଥିତ ସମସ୍ତ ଜନଜାତି ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଛନ୍ତି। ବିଶ୍ୱବିଦ୍ୟାଳୟ ହଜାର ବର୍ଷ ପୂର୍ବରୁ ସମାଜର ପୂରଣ କରିବାର ଦାୟିତ୍ୱ ନେଇଥିଲେ । ଭାଷା ପାଇଁ ମଧ୍ୟ ମଧ୍ୟ ଦାୟିତ୍ୱ ନେବାକୁ ପଡିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ସେହିପରି ବର୍ତ୍ତମାନ ସମୟରେ ପେଟ୍ରୋକେମିକାଲ ସେକ୍ଟର ସବୁଠୁ ସ୍ପିଡରେ ଗ୍ରୋଥ କରୁଛି । କେବଳ ଫିଜିକ୍ସ ପଢାଇବା ନା ପେଟ୍ରୋକେମିକାଲ ରିଲେଟେଡ୍ ଆପ୍ଲାଏଡ ପେଟ୍ରୋକେମିକାଲ କେମେଷ୍ଟ୍ରି ପଢାଇବା । ତେଣୁ ଆଧୁନିକ ସମୟ ସହ ତାଳ ଦେଇ ପାଠପଢା ଉପରେ ଗୁରୁତ୍ୱ ଦେବାକୁ ସେ କହିଥିଲେ ।

ମହିମା ଗୋସାଇଁଙ୍କ ବିଚାରକୁ ପ୍ରଚାର ପ୍ରସାର କରିବା ଓ ଭୀମ ଭୋଇଙ୍କ ବୌଦ୍ଧିକ ପକ୍ଷକୁ ସମାଜ ସାମ୍ନାରେ ଉପସ୍ଥାପିତ କରିବା ପାଇଁ ଦାୟିତ୍ୱ ଦିଆଯାଇଛି । ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଛତିଶଗଡ଼ ବିଳାସପୁର ସ୍ଥିତ ଗୁରୁ ଘାସିଦାସ ବିଶ୍ୱବିଦ୍ୟାଳୟ ପରେ ଆଜି ଉତ୍କଳ ଦିବସରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଏହି ଚେୟାର ଖୋଲାଯିବା ଖୁସିର ବିଷୟ । ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ଶହୀଦ ଲକ୍ଷ୍ମଣ ନାଏକଙ୍କ ଦାୟଦର ଯୁବବର୍ଗଙ୍କ ମଧ୍ୟରେ କ୍ରୀଡା, ଦକ୍ଷତା, ଜଙ୍ଗଲ ସୁରକ୍ଷା, ଜୈବ ବିବିଧତାକୁ ସମୃଦ୍ଧ କରିବା ଦିଗରେ ଅଦମ୍ୟ ସାହସ ଓ ଉତ୍ସାହ ଅଛି । କୋରାପୁଟ ମାନବ ସଭ୍ୟତାର ପ୍ରାଚୀନ ପ୍ରୟୋଗଶାଳା । ଏହି ଅମୂଲ୍ୟ ଜ୍ଞାନ ଭଣ୍ଡାରକୁ ଏକବିଂଶ ଶତାବ୍ଦୀରେ ପୁନର୍ଜୀବିତ କରିବା  । ଏହାସହ ଓଡ଼ିଶା ୨୦୩୬ରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପୂରଣ କରିବାର ସମୟ ଅବଧିରେ ଯୁବପିଢିଙ୍କୁ ବଡ ଭାବିବା ବଡ ସ୍ୱପ୍ନ ଦେଖିବା ପାଇଁ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଥିଲେ ।

ଉଲ୍ଲେଖନୀୟ ଯେ, ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ ଏବଂ ପ୍ରାଧ୍ୟାପକଙ୍କ ସହ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇଥିଲେ କେନ୍ଦ୍ରମନ୍ତ୍ରୀ । କୋରାପୁଟର ସ୍ଥାନୀୟ କୁଇ ଭାଷାରେ ଗବେଷଣା କରିବା, ଅଞ୍ଚଳର ଜୈବିକ ଚାଷକୁ ପ୍ରୋତ୍ସାହନ, ଭାରତମାଳା ପ୍ରକଳ୍ପ ଦ୍ୱାରା ଅର୍ଥନୀତିର ଅଭିବୃଦ୍ଧି ଏବଂ ଜିଲ୍ଲାରେ ପର୍ଯ୍ୟଟନର ବିକାଶ ଦିଗରେ ଆଲୋଚନା କରିଥିଲେ ।  ଏହାସହ ପ୍ରାଧ୍ୟାପକ ନିଯୁକ୍ତି ସହ କ୍ୟାମ୍ପସର ଓଭରାଲ କ୍ୟାପିଟାଲ ସ୍ପେଣ୍ଡିଂ, ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ଆଧାରିତ ପାଠ୍ୟକ୍ରମ ନେଇ ଆଲୋଚନା ହୋଇଥିଲା । ସେଣ୍ଟରାଲ ୟୁନିଭରସିଟିର ଶ୍ରୀବୃଦ୍ଧି କରିବା ପାଇଁ ସବୁ ପଦକ୍ଷେପ ନିଆଯିବା ନେଇ ଶ୍ରୀ ପ୍ରଧାନ ମତପ୍ରକାଶ କରିଥିଲେ ।

ସମ୍ବନ୍ଧିତ ଖବର