ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ,୬୮ ହଜାର କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟ ପ୍ରକଳ୍ପ ଗୁଡିକର କରିବେ ଉଦଘାଟନ ଓ ଶିଳାନ୍ୟାସ, ଗସ୍ତ ପୂର୍ବରୁ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ...

ସମ୍ବଲପୁରପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବଲପୁର ଗସ୍ତ ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଆଇଆଇଏମ, ସମ୍ବଲପୁର ଓ ସମ୍ବଲପୁର ରେମେଡ ପଡ଼ିଆ ଠାରେ ପ୍ରତ୍ୟକ୍ଷ ଭାବରେ ସ୍ଥାନୀୟ ପ୍ରଶାସନ, କର୍ତ୍ତୃପକ୍ଷ ଏବଂ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ପ୍ରସ୍ତୁତି କାର୍ଯ୍ୟ ସମୀକ୍ଷା କରିଛନ୍ତି । 

 ପ୍ରଧାନମନ୍ତ୍ରୀ ମୋଦି ଆସନ୍ତାକାଲି ଆଇଆଇଏମ ସମ୍ବଲପୁର କ୍ୟାମ୍ପସର ଉଦଘାଟନ କରିବା ସହ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ସମ୍ବଲପୁର ରେମେଡ୍ ଛକ ପଡିଆରେ ବିଜେପି ପକ୍ଷରୁ ଆୟୋଜିତ ‘ବିଶାଳ ଗ୍ୟାରେଣ୍ଟି ସମାବେଶରେ ଯୋଗ ଦେବେ । ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ୬୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର  ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଏହାର ଅବ୍ୟବହିତ ପୂର୍ବରୁ ଶ୍ରୀ ପ୍ରଧାନ ଆଜି ପ୍ରଥମେ ଆଇଆଇଏମ, ସମ୍ବଲପୁର ଗସ୍ତ କରି  ସ୍ଥାନୀୟ ପ୍ରଶାସନ ଓ ଶିକ୍ଷାନୁଷ୍ଠାନର କର୍ତ୍ତୃପକ୍ଷଙ୍କ ସହ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ପରବର୍ତ୍ତୀ ପର୍ଯ୍ୟାୟରେ ରେମେଡ ଠାରେ ସ୍ଥାନୀୟ ପ୍ରଶାସନ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ କାର୍ଯ୍ୟର ତଦାରଖ କରିଥିଲେ ।

ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଗତ ୩ ବର୍ଷ ତଳେ କୋଭିଡ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦି ନିଜେ ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ନୂତନ କ୍ୟାମ୍ପସ ଶିଳାନ୍ୟାସ କରିଥିଲେ । ପ୍ରଧାନମନ୍ତ୍ରୀ ସବୁବେଳେ କୁହନ୍ତି, ଯେଉଁ ପ୍ରକଳ୍ପକୁ ଆମ ସରକାର ଆରମ୍ଭ କରେ, ସେହି ପ୍ରକଳ୍ପକୁ ଲୋକାର୍ପଣ ମଧ୍ୟ କରେ । ଭାରତ ସରକାରଙ୍କ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟ ୪୦୦ କୋଟି ଟଙ୍କା ବ୍ୟୟରେ ଆଇଆଇଏମ୍ ସମ୍ବଲପୁର କ୍ୟାମ୍ପସର ଭବ୍ୟ ଭବନର ଲୋକାର୍ପଣ ହେବ । ବିଗତ ୧୦ ବର୍ଷ ଭିତରେ ଏହି ଅନୁଷ୍ଠାନ ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ନିଜର ମାନ୍ୟତାକୁ ଉପଲବ୍ଧି କରିପାରିଛି । 

ଓଡ଼ିଶା ପ୍ରଧାନମନ୍ତ୍ରୀଙ୍କ ଯୋଜନାରେ ପୂର୍ବୋଦୟର ବଡ ଶକ୍ତି ପୁଞ୍ଜ ହୋଇଛି ।   ଆସନ୍ତାକାଲି ସମ୍ବଲପୁର ରେଳ ଷ୍ଟେସନର ନବୀକରଣର ଶୁଭ ଦିଆଯିବା ସହ ଅନେକ ରେଳ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ଦିଆଯିବ । ଏନଟିପିସି ସହ ଶକ୍ତି କ୍ଷେତ୍ରରେ ବିଭିନ୍ନ ପ୍ରକଳ୍ପର କାର୍ଯ୍ୟାରମ୍ଭ କରାଯିବ । ଜାତୀୟ ରାଜପଥ ପ୍ରକଳ୍ପ ସହ ଗ୍ୟାସ ପାଇପଲାଇନ ପ୍ରକଳ୍ପର ଲୋକାର୍ପଣ ଓ ଶୁଭାରମ୍ଭ ହେବ ।  ଝାରସୁଗୁଡ଼ା ମୁଖ୍ୟ ଡାକଘର ଐତିହ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାର କାର୍ଯ୍ୟକ୍ରମ ରହିଛି । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏବଂ କେନ୍ଦ୍ରର ଅନ୍ତରୀଣ ବଜେଟ୍ ଉପସ୍ଥାପନ ପରେ ପ୍ରଧାନମନ୍ତ୍ରୀ ମା ସମଲେଶ୍ୱରୀଙ୍କ ମାଟିରେ ପ୍ରଥମ ଜନସଭାକୁ ସମ୍ବୋଧିତ କରିବାକୁ ଯାଉଛନ୍ତି, ଯାହା ଆମ ପାଇଁ ଗୌରବର ବିଷୟ । ମୋଦିଜୀ ଦେଶର ଗରିବ, ମହିଳା, କୃଷକ ଏବଂ ଯୁବକଙ୍କ ଆସ୍ଥାର କେନ୍ଦ୍ରବିନ୍ଦୁ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସମ୍ବଲପୁର ସମେତ ଓଡ଼ିଶାବାସୀଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ ଦେଖାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.