ଭୁବନେଶ୍ୱର, ୨୪/୬ : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ରାମଦାସ ଅଠାୱଲେ। ଆଜି ଲୋକ ସେବା ଭବନଠାରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରରେ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ସାମାଜିକ ନ୍ୟାୟ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ ଆଲୋଚନା କରିଛନ୍ତି। ସାମାଜିକ କଲ୍ୟାଣ ଦିଗରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଉଥିବା ସମସ୍ତ ଜନହିତକର କାର୍ଯ୍ୟରେ ସମ୍ପୂର୍ଣ୍ଣ ସମନ୍ୱୟ ରକ୍ଷା କରି ସାମାଜିକ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। 

ଓଡ଼ିଶାରେ ସାମାଜିକ ସୁରକ୍ଷା ପାଇଁ ଅନେକ ପଦକ୍ଷେପ ନିଆଯାଉଛି ବୋଲି ପ୍ରକାଶ କରି ମଧୁବାବୁ ପେନସନ ଯୋଜନାରେ ଆଉ ୬ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବା, ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାରେ ଅଧିକ ୫ କିଲୋ ଚାଉଳ ଯୋଗାଇ ଦେବା ଆଦି ବିଭିନ୍ନ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲେ।

ଆହୁରି ପଢନ୍ତୁ- ‘ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ’ : ୨.୮୮ ଲକ୍ଷ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୪୭  କୋଟି ଟଙ୍କାର ସୁଧ ଫେରସ୍ତ

କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପ୍ରସଙ୍ଗରେ ଏମିତି କହିଲେ କେନ୍ଦ୍ରମନ୍ତ୍ରୀ..