ଭଦ୍ରକ, ୨୯।୧୧ : ଭଦ୍ରକରେ ରାଜନୀତି ଏବେ ସରଗରମ । ଜଣକ ପରେ ଜଣେ ବ୍ଲକ ଅଧ୍ୟକ୍ଷ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଭଣ୍ଡାରିପୋଖରୀ, ବନ୍ତ ଓ ଭଦ୍ରକ ବ୍ଲକ ଚେୟାରମ୍ୟାନ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଭଦ୍ରକ ବିଜେଡି ସଭାପତିଙ୍କୁ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ସେହିପରି ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ ମଧ୍ୟ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ମଧ୍ୟ ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲା ସଭାପତିଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି। ବନ୍ତ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ମଧ୍ୟ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲା ସଭାପତିଙ୍କୁ ସେ ତାଙ୍କର ଇସ୍ତଫାପତ୍ର ପଠାଇଛନ୍ତି।