ପ୍ରମୂଖ ଖବର
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଚଣ୍ଡିଖୋଲ ଛକରେ କଂଗ୍ରେସର ବିକ୍ଷୋଭ : ଯାନବାହନ ଚଳାଚଳ ବାଧାପ୍ରାପ୍ତ, ଦୋକାନ ବଜାର ବନ୍ଦ

Published By : Rasmita Pradhan | July 17, 2025 1:25 PM

ଚଣ୍ଡିଖୋଲ, ୧୭/୦୭ : ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ନ୍ୟାୟ ଦାବିରେ କଂଗ୍ରେସ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରୁଛି। ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି। ଚଣ୍ଡିଖୋଲ ଛକରେ ବଡ଼ଚଣା କଂଗ୍ରେସ ପକ୍ଷରୁ ଜାତୀୟ ରାଜପଥ ଅବରୋଧ କରାଯାଇଛି। ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଦୋକାନ ବଜାର ସବୁ ବନ୍ଦ ରହିଛି। 

କଂଗ୍ରେସ ସମେତ ଅନ୍ୟ ବାମପନ୍ଥୀ ଦଳମାନେ ଏହି ବନ୍ଦ ଡାକରାରେ ସାମିଲ ହୋଇଛନ୍ତି। ଛାତ୍ରୀଙ୍କ ମୃତ୍ୟୁ ପଛରେ ଯେଉଁମାନେ ଦାୟୀ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ କଂଗ୍ରେସ ଦାବି କରିଛି। ଚଣ୍ଡିଖୋଲ ଛକ ସମେତ ବଡ଼ଚଣା ବ୍ଲକର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଉଛି। କଂଗ୍ରେସ କର୍ମୀମାନେ ବୁଲି ବୁଲି ପିକେଟିଂ କରୁଛନ୍ତି। ରାଜ୍ୟବ୍ୟାପୀ ଜୋରଦାର୍ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.