PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ମାଘ ବୁଡ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ,‌୨୭।୧ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ପବିତ୍ର ମାଘ  ବୁଡ ପକାଇବା ପାଇଁ  ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି । ବାଉଁଶ କଣିରେ କୁଡ଼ିଆ ତିଆରି କରି ମେଳାପଡିଆରେ ବିଶ୍ରାମ ନେଇ ଶୁଭ ମୁହୂର୍ତ୍ତକୁ ଅପେକ୍ଷା କରିଛନ୍ତି ଶ୍ରଦ୍ଧାଳୁମାନେ। ନିଷ୍ପତ୍ତି ଅନୁଯାୟୀ  ଶ୍ରୀଶ୍ରୀ ତ୍ରିବେଣୀଶ୍ବର, ଇସାଣେଶ୍ବର, ଦକ୍ଷିଣେଶ୍ୱର ଦେବଙ୍କ ଚଳନ୍ତି ପ୍ରତିମା ରାତି ୮ଟା ପରେ ନିଜ ନିଜ ଆସ୍ଥାନରୁ ବାହାରି ବିମାନ ବିଜେ କରିବେ । ବର୍ଣ୍ଣାଢ଼୍ୟ ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା ସହ କୋଣାର୍କ ଏନଏସି ମଣ୍ଡପ, ତହସିଲ କାର୍ଯ୍ୟାଳୟ, ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ପୂଜାର୍ଚ୍ଚନା କରଯାଇଥିଲା । ପୂଜା ସମାପନ ପରେ  ରାତି ୩ସୁଧା ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ପହଁଚିବେ ।

ଚଳନ୍ତି ପ୍ରତିମାଙ୍କ ପୂଜାହୋମ କର୍ମ ସମ୍ପାଦନ ସରିଲେ ୨୮ତାରିଖ ସପ୍ତମୀ ତୀଥିରେ ମାହେନ୍ଦ୍ର ବେଳା ୩ଟା୫୦ ମଧ୍ୟରେ ପବିତ୍ର ତୀର୍ଥ ଜଳରେ ତିନିଠାକୁର ସ୍ନାନ କରିବେ । ରାତି ୪ଟା୪୧ରୁ ସାଧୁସନ୍ଥ ଓ ଅପେକ୍ଷା ରତ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବେ। ଗ୍ରହ ଶାନ୍ତି ନିମନ୍ତେ ଶ୍ରଦ୍ଧାଳୁମାନେ ଚନ୍ଦ୍ରଭାଗାରୁ ପାଦରେ ଚାଲି ଚାଲି ଆସି ନବଗ୍ରହଙ୍କ ନିକଟରେ ହୋମଯଜ୍ଞ ଓ ପୂଜାର୍ଚ୍ଚନା କରିଥାନ୍ତି ।  ଶୁକ୍ରବାର ସାରା ରାତି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ସହିତ ଶାନ୍ତି ଶୃଙ୍ଖଳା ନିମନ୍ତେ କୋଣାର୍କ ଓ ଚନ୍ଦ୍ରଭାଗାରେ ୩୦ପ୍ଲାଟୁନ ଫୋର୍ସ ନିୟୋଜିତ ରହିଛନ୍ତି ।