PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୀଳଗିରି ସହରରେ ଆତଙ୍କ ଖେଳାଉଛି କୁଳଡିହା ଦନ୍ତା
  • ||
  • ହକି ବିଶ୍ୱକପ୍‌ ଫାଇନାଲରେ ଜର୍ମାନୀ , ଅଷ୍ଟ୍ରେଲିଆକୁ ୪-୩ ଗୋଲରେ ହରାଇଲା ଜର୍ମାନୀ
  • ||
  • ଦିନ ଦ୍ୱିପ୍ରହରରେ ଘରେ କଳାକନା ବୁଲାଇଲା ଚୋର : ଲୁଟି ନେଲା ୨ ଲକ୍ଷ ଟଙ୍କା ମୂଲ୍ୟର ସୁନାଗହଣା, ନଗଦ ୧ଲକ୍ଷ ୧୦ ହଜାର ଟଙ୍କା
  • ||
  • ଗୋଟିଏ ରିପୋର୍ଟରେ ଦୋହଲି ଗଲା ଆଦାନୀଙ୍କ ସାମ୍ରାଜ୍ୟ , କୋଟିପତିଙ୍କ ତାଲିକାରୁ ଖସି ରହିଲେ ୭ମ ନମ୍ୱରରେ
  • ||

ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ପାଇଁ ଅନୁଧ୍ୟାନ କଲେ ଜିଲ୍ଲାପାଳ

କୋଣାର୍କ,୨୪।୧: ମାଘ ସପ୍ତମୀରେ ଚନ୍ଦ୍ରଭାଗା ତୀର୍ଥରେ ତିନି ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇବା ଅନୁମାନ କରାଯାଉଛି। ଆଉ ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଉଛି। ଏନେଇ ମଙ୍ଗଳବାର ଅପରାହ୍ନରେ ଜିଲ୍ଲାପାଳ ସମର୍ଥ ବର୍ମା ଚନ୍ଦ୍ରଭାଗାରେ ବିଭିନ୍ନ ବିଭାଗ ପକ୍ଷରୁ ଚାଲିଥିବା କାର୍ଯ୍ୟର ଅନୁଧ୍ୟାନ କରିବା ସହିତ ସମୀକ୍ଷା କରିଛନ୍ତି। ସୁରକ୍ଷା ବ୍ୟବସ୍ଥା,ପରିମଳ,ପାନୀୟ ଜଳ,ତୀର୍ଥ ପୁଷ୍କରିଣୀ, ଯାନବାହାନ ନିୟନ୍ତ୍ରଣ ସମ୍ପର୍କରେ ଆଲୋଚନା କରିଥିଲେ। 

ମେଳାପଡିଆକୁ ଜିଗଜାଗ ବ୍ୟାରିକେଡ଼ରେ ଆବଦ୍ଧ କରାଯାଇଛି। ଫଳରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ଏହା ସମସ୍ୟା ହେବ ବୋଲି କୋଣାର୍କ ସୁରକ୍ଷା ସମିତି ପକ୍ଷରୁ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ତୀର୍ଥ ପୁଷ୍କରିଣୀ ପାର୍ଶ୍ଵରେ ଶ୍ରଦ୍ଧାଳୁଙ୍କ ନିମନ୍ତେ ନିର୍ମାଣଧୀନ ଅସ୍ତାୟୀ ଶୈଚାଳୟ ବୁଲି ଦେଖିଥିଲେ । ଏଥି ସହିତ ଜିଲ୍ଲାପାଳ ନବଗ୍ରହ ମନ୍ଦିର ପାରିପାର୍ଶ୍ବିକ ସ୍ଥିତି ଅନୁଧ୍ୟାନ କରିଥିଲେ। ଜିଲ୍ଲାପାଳଙ୍କ ଏହି ଗ୍ରସ୍ତ ସମୟରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଭବତାରଣ ସାହୁ, କୋଣାର୍କ ଏନଏସି ଅଧ୍ୟକ୍ଷା ସୁଶ୍ରୀ ସଂଯୁକ୍ତା ତ୍ରିପାଠୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, କୋଣାର୍କ ଏନଏସି ନିର୍ବାହୀ ଅଧିକାରୀ ଶେଖ ସାଗିର ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।