ଭୁବନେଶ୍ବର, ୧୧/୦୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ନେଇ ଆସିଲା ପୋଷ୍ଟମର୍ଟମ ରିପୋର୍ଟ। ପାଣିରେ ବୁଡ଼ି ଅଣନିଶ୍ବାସ ହେବାରୁ ଚନ୍ଦ୍ରିକାଙ୍କର ମୃତ୍ୟୁ ହୋଇଥିବା ଦର୍ଶାଯାଇଛି। ତେବେ ଚନ୍ଦ୍ରିକାଙ୍କୁ ହତ୍ୟା କରାଯାଇଥିବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା, ତାର କୌଣସି ସତ୍ୟତା ନାହିଁ । କାରଣ ହତ୍ୟା କରାଯାଇଥିବା ନେଇ ପୋଷ୍ଟ ମର୍ଟମ ରିପୋର୍ଟରେ କିଛି ଉଲ୍ଲେଖ କରାଯାଇ ନାହିଁ । ୪ ତାରିଖରେ କଟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ସେତୁ ତଳୁ ଚନ୍ଦ୍ରିକାଙ୍କ ମୃତଦେହ ଉଦ୍ଧାର ହୋଇଥିଲା। କେଉଁ ପରିସ୍ଥିତିରେ ତାଙ୍କର ମୃତ୍ୟୁ ହୋଇଥିଲା ସେନେଇ ପୁଲିସ ତଦନ୍ତ ଜାରି ରଖିଥିଲା।
ଆହୁରି ପଢନ୍ତୁ- ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲା: ଆଗୁଆ ଜାମିନ୍ ଆବେଦନ କଲେ OAS ପ୍ରେମିକ
ସେପଟେ ପୋଷ୍ଟ ମର୍ଟମ ରିପୋର୍ଟକୁ ସହଜରେ ଗ୍ରହଣ କରିପାରିନାହାନ୍ତି ଚନ୍ଦ୍ରିକାଙ୍କ ପରିବାର ଲୋକ । ପାଣିରେ ବୁଡିବା ଅସମ୍ଭବ, କାହିଁକି ନା ଯେଉଁ ଜାଗାରୁ ମୃତଦେହ ମିଳିଲା ସେଠାରେ ବହୁତ କମ୍ ପାଣିଥିଲା। ଏତେ ଉଚ୍ଚରୁ ଡେଇଁ ଅଳ୍ପ ପାଣିରେ ବୁଡିବା ଅସମ୍ଭବ। ଚନ୍ଦ୍ରିକାଙ୍କୁ ପାଣିରେ ଜୋର ଜବରଦସ୍ତ ବୁଡାଇ ହତ୍ୟା କରାଯାଇଥାଇପାରେ ନଚେତ୍ ଆଉ କେଉଁଠୁ ଶ୍ୱାସରୁଦ୍ଧ କରି ହତ୍ୟା କରି ଆଣି ସେଠାରେ ଫୋପାଡ଼ି ଦିଆଯାଇଥାଇପାରେ ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକ ।
କାଠଯୋଡ଼ି ନଦୀରୁ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମଙ୍କ ମୃତଦେହ ମିଳିବା ଘଟଣାରେ ଓଏଏସ୍ ପ୍ରେମିକ ଭୀମସେନ ପ୍ରସାଦ ଟୁଡ଼ୁ ସମ୍ଭାବ୍ୟ ଗିରଫଦାରୀକୁ ଏଡ଼ାଇବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ବାରଙ୍ଗ ଥାନା ପକ୍ଷରୁ ଶ୍ରୀ ଟୁଡ଼ୁଙ୍କ ନାମରେ ମାମଲା ରୁଜୁ ପରେ ସେ ଏହି ଆଗୁଆ ଜାମିନ୍ ଆବେଦନ କରିଛନ୍ତି । ଗତ ୪ତାରିଖ ସକାଳେ ନେତାଜୀ ସୁଭାଷ ସେତୁ ତଳୁ ଅଳ୍ପ ପାଣିରୁ ବାରଙ୍ଗ ଥାନା ପୁଲିସ ଚନ୍ଦ୍ରିକାଙ୍କ ମୃତଦେହ ଉଦ୍ଧାର କରିଥିଲା । ଚନ୍ଦ୍ରିକାଙ୍କ ଘର ମୟୂରଭଞ୍ଜ ଓ ସେ ବାଲେଶ୍ୱର ମେଡିକାଲ୍ କଲେଜରେ ଏମ୍ବିବିଏସ୍ ପଢ଼ୁଥିଲେ । ମୃତଦେହ ମିଳିବା ପରେ ଚନ୍ଦ୍ରିକାଙ୍କ ମା’ ହୀରାମଣି ହାଁସଦା ବାରଙ୍ଗ ଥାନାରେ ଏକ ଏତଲା ଦେଇଥିଲେ ।
ଅଧିକ ପଢନ୍ତୁ- President Visit: ଜୁନ୍ ୧୯ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଗସ୍ତ, ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଡିଜିପି