PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟେନ୍ସା ଗୀତାରାଣୀ ମାଇନ୍ସ ସମ୍ମୁଖରେ ଅଘଟଣ, ହାଇଓ୍ୱା ସହ ଜିଅନ୍ତା ଜଳିଗଲେ ଡ୍ରାଇଭର
  • ||
  • ବଡ଼ବିଲ : କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବସନ୍ତପୁର ମାଝୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଭତ୍ସ ହତ୍ୟାକାଣ୍ଡ, କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲା ଦୁର୍ବୃତ୍ତ
  • ||
  • ବାରିପଦା : ବାରିପଦା ଷ୍ଟେସନ ଠାରେ ଗଛ ପଡ଼ି ଇଲେକ୍ଟ୍ରିକ ତାର ଛିଡି ଅଟକିଲା ଟ୍ରେନ, ବିଳମ୍ବରେ ଚାଲିବ ଟ୍ରେନ
  • ||
  • ଭଦ୍ରକ : ସମ୍ଭାବ୍ୟ ବନ୍ୟା ଲାଗି ଛୁଟି ବାତିଲ, ମୁକାବିଲା ପାଇଁ ଓଡ୍ରାଫ-ଏନ୍‌ଡିଆରଏଫ୍‌-ଅଗ୍ନିଶମ ବାହିନୀ ପ୍ରସ୍ତୁତ
  • ||
  • ବାରିପଦା : ବିଶୋଇ ଥାନା ଲୋହାକାନି ଭୋଳ ବେଡା ଗ୍ରାମରେ ବିଳମ୍ୱିତ ରାତିରେ ଭୁଷୁଡିଲା ଘରର କାନ୍ଥ, ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ
  • ||
  • ଲକ୍ଷ୍ନୌ : ଭୂକମ୍ପରେ ଥରିଲା ଲକ୍ଷ୍ନୌ ସମେତ ୟୁପିର କେତେକ ଜିଲ୍ଲା , କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା
  • ||
  • ପୁରୀ : ଶ୍ରଦ୍ଧାଳୁଙ୍କ ବେକରେ ବ୍ଲେଡ୍‌ ମାରି ସୁନା ଚେନ୍‌ ଲୁଟ ଉଦ୍ୟମ ଫେଲ୍, ଧରାପଡି ଛେଚା ଖାଇଲେ ୩ ଲୁଟେରା
  • ||
  • ସମ୍ବଲପୁର : ୬୨୧.୦୨ ଫୁଟ୍‌କୁ ଖସିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ୨୦ ଗେଟ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ||
  • ଭୁବନେଶ୍ୱର : ୨୧ରୁ ବନ୍ୟାଞ୍ଚଳ ଗସ୍ତ କରିବ ପିସିସି ଟିମ୍‌, ୨୩ ସୁଦ୍ଧା ଦେବେ ରିପୋର୍ଟ
  • ||
  • ବାଲିଗୁଡ଼ା : ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ସିମନବାଡ଼ି ଗ୍ରାମ ନିକଟରେ ଥିବା ପୋଲର ପାର୍ଶ୍ଵ ରାସ୍ତା ଧସି ଯାଇଛି, ବସ୍ ଚଳାଚଳ ସମ୍ପୂର୍ଣ୍ଣ ଠପ୍
  • ||
  • କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ବ୍ଲକ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ାରେ ଲଗାଣ ବର୍ଷାରେ କାନ୍ଥ ଭୁଷୁଡ଼ି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ଜୟପୁର/ଦିଲ୍ଲୀ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୬ଶ୍ରଦ୍ଧାଳୁଙ୍କ ଜୀବନ : ୨୦ରୁ ଅଧିକ ଆହତ, ପ୍ରଧାନମନ୍ତ୍ରୀଙ୍କ ଶୋକପ୍ରକାଶ
  • ||
  • ନୂଆଦିଲ୍ଲୀ : ବାଙ୍କ ବିହାରୀ ମନ୍ଦିରରେ ବଡ଼ ଧରଣ ଅଘଟଣ, ମଙ୍ଗଳା ଆରତୀ ସମୟରେ ଦଳା ଚକଟାରେ ଦୁଇ ମୃତ
  • ||

ପ୍ରାର୍ଥୀପତ୍ର ଦାଖଲ ନିମନ୍ତେ ଲୋକସଭା ପ୍ରାର୍ଥୀ ଆଣିଲେ ୫ଟଙ୍କିଆ କଏନ ଭରା ପାତ୍ର

ରାୟପୁର: ୩।୪: ଆଗାମୀ ଲୋକସଭା ନିର୍ବାଚନରେ ଦୁର୍ଗ ନିର୍ବାଚନ ମଣ୍ଡଳୀରୁ ପ୍ରତିଦ୍ବନ୍ଦ୍ବିତା କରିବା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆସିଥିବା ଛତିଶଗଡ଼ର ଆଜାଦ ଜନତା ପାର୍ଟିର ଜଣେ ପ୍ରାର୍ଥୀ ନିର୍ବାଚନ ଅଧିକାରୀମାନଙ୍କ ହତବାକ୍ କରିପକାଇଛନ୍ତି।

ଡୋଣ୍ଡି ଲୋହରା ବ୍ଲକର ସ୍ବତନ୍ତ୍ର ତିଓ୍ବାରି ନାମକ ସେ ପ୍ରାର୍ଥୀ ତାଙ୍କ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଛତିଶଗଡ଼ କଲେକ୍ଟୋରେଟରେ ପହଞ୍ଚିଥିଲେ। ଏଥିଲାଗି ସିକ୍ୟୁରିଟି ହିପୋଜିଟ୍ ବାବଦରେ ଆବଶ୍ୟକ ଅର୍ଥ ସେ କେବଳ ୫ଟଙ୍କିଆ କଏନ୍ ଭରା ପାତ୍ରରେ ଆଣିଥିବାରୁ ନିର୍ବାଚନ କର୍ମଚାରୀମାନେ ବଡ଼ ଜଞ୍ଜାଳରେ ପଡ଼ିଯାଇଥିଲେ।

ପଚାରିଯିବାରୁ ତିଓ୍ବାରି କହିଲେ ଯେ ତାଙ୍କୁ ନିର୍ବାଚନ ଳଢ଼ିବା ଲାଗି ଉସକାଇଥିବା ଗ୍ରାମବାସୀମାନଙ୍କୁ ହିଁ ସିକ୍ୟୁରିଟି ଡିପୋଜିଟ୍ ବାବଦ ଅର୍ଥ ଆଦାୟ କରିଥିଲେ। ପ୍ରତି ଗ୍ରାମବାସୀ ୫ଟଙ୍କିଆ କରି ଅର୍ଥ ଦେଇଥିଲେ।

ଲୋକସଭା ଆସନ ଲାଗି ଲଢ଼ୁଥିବା ପ୍ରାର୍ଥୀଙ୍କୁ ୨୫ ହଜାର ଟଙ୍କା ସିକ୍ୟୁରିଟି ଡିପୋଜିଟ୍ ଦେବାକୁ ପଡ଼େ। ଅନୁସୂଚିତ ଜାତି ଓ ଜନଜାତିଙ୍କ ଲାଗି ଏ ବାବଦରେ ୧୨,୫୦୦ଟଙ୍କା ପୈଠ କରିବାକୁ ପଡ଼େ। ଛତିଶଗଡ଼ରେ ଏପ୍ରିଲ ୨୩ ତାରିଖ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ହେବ।