ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ସୋଆରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ସ୍କୁଲ ଚେସ୍ ଚାମ୍ପିଅନ୍‌ସିପ୍ ଆରମ୍ଭ, ୨୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ସାମିଲ

ଭୁବନେଶ୍ୱର ୮/:୯ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶୁକ୍ରବାର ଦୁଇ ଦିନିଆ ଅଲ୍ ଓଡ଼ିଶା ସ୍କୁଲ୍ ଚେସ୍ ଚାମ୍ପିଅନ୍‌ସିପର ଶୁଭାରମ୍ଭ ହୋଇଥିବାବେଳେ ଏହି ପ୍ରତିଯୋଗିତାରେ ୨୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଭାଗ ନେଉଛନ୍ତି । ଅଲ୍ ଓଡ଼ିଶା ଚେସ୍ ଆସୋସିଏସନ୍ (ଏଓସିଏ) ଦ୍ୱାରା ଆୟୋଜିତ ତଥା ସୋଆର ସହଯୋଗରେ ଏହି ଚାମ୍ପିଅନ୍‌ସିପ୍ ଆରମ୍ଭ ହୋଇଥିବା ବେଳେ ଏହାର ପୁରସ୍କାର ରାଶି ୧ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଛି । ଏହି ଟୁର୍ଣ୍ଣାମେଂଟରେ ସାରା ରାଜ୍ୟରୁ ୫ ବର୍ଷରୁ ୧୫ ବର୍ଷର ପିଲାମାନେ ଭାଗ ନେଇଛନ୍ତି ।

 

ପ୍ରତିଯୋଗିତାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଚେସ୍ ଖେଳରେ ଭାରତରେ ନୂଆ ନୂଆ ପ୍ରତିଭା ସାମ୍ନାକୁ ଆସୁଥିବା ଦର୍ଶାଇ ରାଜ୍ୟରେ ଏହି କ୍ରୀଡ଼ାକୁ ଲୋକପ୍ରିୟ କରାଇବା ଏହି ଚାମ୍ପିଅନ୍‌ସିପ୍‌ର ମୂଳ ଉଦ୍ଦେଶ୍ୟ ବୋଲି କହିଛନ୍ତି । 

କାର୍ଯ୍ୟକ୍ରମରେ ଏଓସିଏର ଇଂଟରନ୍ୟାସ୍‌ନାଲ୍ ଆରବିଟର ସୁରେଶ ଚନ୍ଦ୍ର ସାହୁ, ସଚିବ ଦେବବ୍ରତ ଭଟ୍ଟ ଓ କୋଷାଧ୍ୟକ୍ଷ  ଶଙ୍କର ମିଶ୍ରଙ୍କ ସମେତ ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ବକ୍ତବ୍ୟ ରଖିଥିଲେ । ପ୍ରଫେସର ଦାସ କହିଥିଲେ ଯେ କ୍ରୀଡ଼ା ହେଉଛି ଏଭଳି ଏକ ମାଧ୍ୟମ ଯାହା ଦ୍ୱାରା ମଣିଷର ଜୀବନରେ ଶୃଙ୍ଖଳା ଆସିଥାଏ । ଚେସ୍ କ୍ରୀଡ଼ାକୁ ଅନ୍ୟ ଖେଳ ଠାରୁ ଅଲଗା ବୋଲି କହିବା ସହ ଏହା ମସ୍ତିଷ୍କକୁ ଚଂଚଳ କରିଥାଏ ବୋଲି ସେ କହିଥିଲେ । ଏହି ଅବସରରେ ସୋଆର ସ୍ପୋର୍ଟ୍ସ ଅଫିସର ସୁନୀତା ବର୍ମା ମଧ୍ୟ ଉପସ୍ଥିତ ଥିଲେ ।

Copyright © 2022 - Summa Real Media Private Limited. All Rights Reserved.