ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବିକି କୌଶଲଙ୍କ ଅଭିନୀତ ଫିଲ୍ମ 'ଛାବା' ଟ୍ରେଲର ଆଉଟ୍, ଏହି ଦିନ ହେବ ରିଲିଜ

Published By : Anindita Ratha | January 23, 2025 11:07 AM

ମୁମ୍ବାଇ,୨୩/୦୧: ପୁଣି ପରଦାରେ ନିଜ ଯାଦୁ ଦେଖାଇବାକୁ ଯାଉଛନ୍ତି ବିକି କୌଶଲ । ଖୁବ୍ ଶୀଘ୍ର ରିଲିଜ ହେବାକୁ ଯାଉଛି ବିକି କୌଶଲ ଏବଂ ରଶ୍ମିକା ମନ୍ଦାନାଙ୍କ ଅଭିନୀତ  ଫିଲ୍ମ 'ଛାବା' । ଫିଲ୍ମ "ଛାବା" ଆସନ୍ତା ମାସ୧୪ ତାରିଖରେ ରିଲିଜ ହେବାକୁ ଯାଉଛି । ଏହାରି ମଧ୍ୟରେ ପିଲ୍ମର ଟ୍ରେଲର ରିଲିଜ କରିଛନ୍ତି  ନିର୍ମାତା। ଟ୍ରେଲରରେ ବିକି କୌଶଲ ଏବଂ ରଶ୍ମିକା ମନ୍ଦାନାଙ୍କ ଦମଦାର ଲୁକ ଦେଖିବାକୁ ମିଳିଥିବା ବେଳେ ଅକ୍ଷୟ ଖନ୍ନାଙ୍କୁ ମଧ୍ୟ ନଜର ଆସିଛନ୍ତି।

ତେବେ "ଛାବା"ର ନିର୍ମାତା ମାଡୋକ ତାଙ୍କ ଅଫିସିଆଲ୍ ଇନଷ୍ଟାଗ୍ରାମରେ ଫିଲ୍ମର ଟ୍ରେଲର ରିଲିଜ କରିଛନ୍ତି । ବିକି କୌଶଳ ଦମଦାର ଲୁକ ସହ ଆକ୍ସନ ଅବତାରରେ ଦେଖିବାକୁ ମିଳିଛି । ଗତକାଲି ମୁମ୍ବାଇରେ ଫିଲ୍ମର ଟ୍ରେଲର ଲଞ୍ଚ କରାଯାଇଥିଲା। ଟ୍ରେଲରର ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଅନେକ ଶକ୍ତିଶାଳୀ ସଂଳାପ ଶୁଣିବାକୁ ମିଳୁଛି । ଗୋଟିଏ ସିନରେ, ବିକି ଶତ୍ରୁର ଛାତିରେ ତାଙ୍କ ପାଦ ରଖି କହୁଥିବାର ଦେଖାଯାଇଛି, "ଆମେ ଶବ୍ଦ କରୁନାହୁଁ, ଆମେ ସିଧାସଳଖ ଶିକାର କରୁ ।" ଟ୍ରେଲରରେ ରଶ୍ମିକା ମନ୍ଦାନା ମଧ୍ୟ ନଜର ଆସିଛନ୍ତି । ଏଥିରେ ମରାଠା ଏବଂ ମୋଗଲମାନଙ୍କ ମଧ୍ୟରେ ତୀବ୍ର ଯୁଦ୍ଧ ଦେଖାଯାଇଛି । ମରାଠାମାନେ ସ୍ୱରାଜ ପ୍ରତିଷ୍ଠା ପାଇଁ ସଂଘର୍ଷ କରନ୍ତି, ସ୍ୱାଧୀନତା ଏବଂ ସୁରକ୍ଷାର ଏକ ସ୍ୱପ୍ନ, ଯେତେବେଳେ ମୋଗଲ ସାମ୍ରାଜ୍ୟ ନିଜର ଶକ୍ତି ବଜାୟ ରଖିବା ପାଇଁ ଯେକୌଣସି ବିଦ୍ରୋହକୁ ଦମନ କରିବାକୁ ପ୍ରତିଜ୍ଞା କରେ । ଫିଲ୍ମର ସଂଳାପଗୁଡ଼ିକ ଆପଣଙ୍କ ହୃଦୟ ଜିତିବ ।

ତେବେ ଏହି ଚଳଚ୍ଚିତ୍ରରେ ବିକି କୌଶଲ ମରାଠା ସାମ୍ରାଜ୍ୟର ପ୍ରତିଷ୍ଠାତା ଛତ୍ରପତି ଶିବାଜୀ ମହାରାଜଙ୍କ ଜ୍ୟେଷ୍ଠପୁତ୍ର ଛତ୍ରପତି ସମ୍ୱାଜୀ ମହାରାଜ ଭୂମିକାରେ ନଜର ଆସିବେ। ତାଙ୍କ ପତ୍ନୀ ୟଶୁଭାଇ ଭୂମିକାରେ ଅଭିନୟ କରିବେ ରଶ୍ମିକା । ନିର୍ଦ୍ଦେଶକ ଲକ୍ଷ୍ମଣ ଉତ୍ତେକର ଛାବା ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି । ଯିଏକି ବିକି କୌଶଲଙ୍କ ସହ ଫିଲ୍ମ 'ଜରା ହଟକେ ଜରା ବଚକେ' ନିର୍ଦ୍ଦେଶନା ଦେଇଥିଲେ । ନିର୍ଦ୍ଦେଶକଙ୍କ ସହ ଏହା ବିକିଙ୍କ ଦ୍ୱିତୀୟ ଫିଲ୍ମ ହୋଇଥିବା ବେଳେ ଉଭୟଙ୍କ ସହ ରଶ୍ମିକାଙ୍କ ଏହା ପ୍ରଥମ ଫିଲ୍ମ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.