ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ରାୟପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା, ଡିଭାଇଡର ଭାଙ୍ଗି ଟ୍ରକକୁ ଧକ୍କା ଦେଲା କାର୍, ୫ ମୃତ…

Published By : Ladu Kishor | March 6, 2025 5:53 PM

ନୂଆଦିଲ୍ଲୀ: ଛତିଶଗଡ଼ର ରାଜଧାନୀ ରାୟପୁରରୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଖବର ଆସୁଛି। ମନ୍ଦିର ହାସୌଦ ଥାନା ଅଞ୍ଚଳ ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ୍ ଏବଂ ଏକ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ମୋଟ ୫ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାଟି ଉମାରିଆର ମୟୂର କଲେଜ ନିକଟରେ ଘଟିଛି।

ଏହି ଘଟଣାଟି ମନ୍ଦିର ହାସୌଦ ଥାନା ଅଞ୍ଚଳରେ ଘଟିଛି। ମୃତକଙ୍କ ମଧ୍ୟରେ ମହିଳାମାନେ ମଧ୍ୟ ଅନ୍ତର୍ଭୁକ୍ତ ଅଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏକ କ୍ରେନ୍ ସାହାଯ୍ୟରେ ମୃତଦେହ ଗୁଡ଼ିକୁ ବାହାର କରାଯାଇଥିଲା। ଏହି ଭୟଙ୍କର ସଡ଼କ ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମୃତଦେହ ଗୁଡ଼ିକ କ୍ଷତବିକ୍ଷତ ଅବସ୍ଥାରେ ଥିବାରୁ ମୃତକ ମାନଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ। କାରର ଟାୟାର ଫାଟିଯିବାରୁ ଏହି ଘଟଣା ଘଟିଥିବା କୁହାଯାଉଛି।

ଦୁର୍ଘଟଣା ପରେ ରାଜପଥରେ ଜାମ୍ ହୋଇଥିଲା। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ପୋଲିସ ଏକ ରିପୋର୍ଟ ରୁଜୁ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣା ସମ୍ପର୍କରେ ପ୍ରତ୍ୟକ୍ଷଦର୍ଶୀ ମାନେ କହିଛନ୍ତି ଯେ, ଟାୟାର ଫାଟିବା ପରେ ଦ୍ରୁତ ଗତିରେ ଆସୁଥିବା କାରଟି ଡିଭାଇଡର୍ ଭାଙ୍ଗି ସାମ୍ନାରୁ ଆସୁଥିବା ଏକ ଟ୍ରକ୍ ସହିତ ଧକ୍କା ଦେଇଥିଲା। ପୋଲିସ ଏହି ଘଟଣାର ତଦନ୍ତ କରୁଛି। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.