ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଛତିଶଗଡରେ ପୋଲିସ-ନକ୍ସଲ ଏନକାଉଣ୍ଟର, ୩୦ ନକ୍ସଲ ନିହତ...

Published By : Ladu Kishor | October 4, 2024 7:29 PM

ନୂଆଦିଲ୍ଲୀ: ଛତିଶଗଡର ନକ୍ସଲ ପ୍ରଭାବିତ ନାରାୟଣପୁର ଏବଂ ଦାଣ୍ଟେୱାଡା ଜିଲ୍ଲା ସୀମାରେ ସୁରକ୍ଷା ବାହିନୀ ଏବଂ ନକ୍ସଲ ମାନଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି। ଏବେ ସୁଦ୍ଧା ଏହି ଲଢେଇରେ ୩୦ ନକ୍ସଲ ନିହତ ହୋଇଛନ୍ତି । ଘଟଣା ସମ୍ପର୍କରେ ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ନାରାୟଣପୁର ଏବଂ ଦାଣ୍ଟେୱାଡା ସୀମାରେ ନକ୍ସଲ ମାନଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ନକ୍ସଲ ବିରୋଧୀ ଅପରେସନ ପାଇଁ ସୁରକ୍ଷା ବାହିନୀ ପଠାଯାଇଛି।

ଏନକାଉଣ୍ଟରରେ ଏପର୍ଯ୍ୟନ୍ତ ୩୦ ଜଣ ନକ୍ସଲଙ୍କୁ ହତ୍ୟା କରାଯାଇଛି, ସେମାନଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ଘଟଣାସ୍ଥଳରୁ ବହୁ ସଂଖ୍ୟକ ଅସ୍ତ୍ର ଉଦ୍ଧାର କରାଯାଇଛି । ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଜାରି ରହିଛି । ଦାଣ୍ଟେୱାଡା ଏସପି ଗୌରବ ରାୟ ଏହା ନିଶ୍ଚିତ କରିଛନ୍ତି । 

ସେ କହିଛନ୍ତି ଯେ ଅପରାହ୍ନ ପ୍ରାୟ ୧ ଟା ସମୟରେ ନକ୍ସଲ ମାନଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ମିଳିଥିଲା, ଏହି ସମୟରେ ସୁରକ୍ଷା ବାହିନୀ ସେଠାରେ ପହଞ୍ଚି ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ପୋଲିସ ଅଧିକାରୀ କହିଛନ୍ତି ଯେ, ଏହି ଅଂଚଳରେ ଏବେବି ଏନକାଉଣ୍ଟର ଜାରି ରହିଛି । 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.