ପୁରୀ, ୨୭/୧୨ : ପୁରୀ ଗସ୍ତରେ ମୁଖ୍ୟ ନିର୍ବାଚନ କମିଶନର। ସପରିବାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ସାନିଧ୍ୟ ଲାଭ କରିଛନ୍ତି ଜ୍ଞାନେଶ କୁମାର। ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ମୁଖ୍ୟ ନିର୍ବାଚନ କମିଶନ ଓ ତାଙ୍କ ପତ୍ନୀ ପହଞ୍ଚିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସପି ପ୍ରତୀକ ସିଂଙ୍କ ସହିତ ପରିଚାଳନା କମିଟିର ସେବାୟତମାନେ ତାଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ। ମୁଖ୍ୟ ନିର୍ବାଚନ କମିଶନ ସପତ୍ନୀକ ଶ୍ରୀମନ୍ଦିର ଯାଇ ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ବେଶ୍ ଭାବ ବିଭୋର ହୋଇଥିଲେ। ପରେ ମା' ବିମଳା, ମା' ଲକ୍ଷ୍ମୀଙ୍କ ସହିତ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଥିଲେ।

ଦର୍ଶନ ସାରି ଫେରିବା ପରେ ଜ୍ଞାନେଶ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ମୁଁ ମୋ ପରିବାର ସହିତ ଆଜି ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଲି। ମହାପ୍ରଭୁଙ୍କ ଆଶୀର୍ବାଦ ଯୋଗୁଁ ଏହା ଆଜି ମୋ ପାଇଁ ଶୁଭ ଅବସର ହୋଇପାରିଛି। ଓଡ଼ିଶାର କଳା, ସଂସ୍କୃତି ଓ ଭାଷା ଭାରତର ସବୁଠାରୁ ପ୍ରାଚୀନ କଳା। ଏହା ବିଷୟରେ ବୁଝିବା ଏବଂ ଜାଣିବାର ସୁଯୋଗ ମତେ ମିଳିଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି।

ସେପଟେ ମୁଖ୍ୟ ପ୍ରଶାସକ କହିଛନ୍ତି ମହାପ୍ରଭୁଙ୍କ ଦର୍ଶନ କରି ମୁଖ୍ୟ ନିର୍ବାଚନ କମିଶନର ବେଶ୍ ଆନନ୍ଦ ଅନୁଭବ କରିଛନ୍ତି। ଭିତର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ଲାଭ କରିଛନ୍ତି।

ଏହି ଖବରଟିକୁ ପଢନ୍ତୁ-ଭୁବନେଶ୍ଵରରେ ମୁଖ୍ୟ ନିର୍ବାଚନ କମିଶନର, ପୁରୀ ଯାଇ ମହାପ୍ରଭୁଙ୍କୁ କରିବେ ଦର୍ଶନ