PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଲାୟମ ସିଂହ ଯାଦବ ICUରେ ଭର୍ତ୍ତି ,ଅଖିଳେଶ ଓ ଅପର୍ଣ୍ଣା ଯାଦବଙ୍କ ତୁରନ୍ତ ଦିଲ୍ଲୀ ଯାତ୍ରା
  • ||
  • ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୩୧ ପଜିଟିଭ୍ ଚିହ୍ନଟ
  • ||
  • କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ୍, ବିଧାୟକ ପଦ ରଦ୍ଦ ହେବାର ଆଶଙ୍କା
  • ||
  • କେନ୍ଦୁଝର : ସାମାନ୍ୟ ବଚସାରୁ ତୁମୁଳ କାଣ୍ଡ, ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା
  • ||
  • କୋରାପୁଟ : ବିଜୁଳି ଘଡ଼ଘଡ଼ିରେ ଭୁଶୁଡ଼ିଲା କୋରାପୁଟର ଜେଇଏଲ୍ ଚର୍ଚ୍ଚ
  • ||
  • ବ୍ରହ୍ମପୁର : କାର୍‌ରୁ ୩ କେ.ଜି ସୁନା ଏବଂ ୧୭ କେ.ଜି ରୂପା ଜବତ, ୩ ଅଟକ
  • ||

ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି କରୋନା ପଜିଟିଭ୍

ani

ଜୟପୁର ୧୫।୦୮: କରୋନା ସଂକ୍ରମିତ ହେଲେ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଇନ୍ଦ୍ରଜିତ ମହାନ୍ତି। ଶନିବାର କରୋନା ପଜିଟିଭ୍ ଥିବା ତାଙ୍କର ରିପୋର୍ଟ ଆସିଛି । ଏହା ପରେ ମୁଖ୍ୟ ବିଚାରପତି ନିଜକୁ କ୍ଵାରେଣ୍ଟାଇନ୍ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ ଟ୍ଵିଟ୍ କରି କହିଛନ୍ତି, ମୁଁ ଜାଣିବାକୁ ପାଇଲି ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଶ୍ରୀ ଇନ୍ଦ୍ରଜିତ ମହାନ୍ତିଙ୍କ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ମୁଁ ତାଙ୍କ ଶୀଘ୍ର ସୁସ୍ଥ ହେବାର କାମନା କରୁଛି।

ଉଲ୍ଲେଖନୀୟ ଯେ, ଜଷ୍ଟିସ ମହାନ୍ତି ୨୦୧୯ ଅକ୍ଟୋବର ୬ରେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଥିଲେ। ରାଜ୍ୟପାଳ କଲରାଜ ମିଶ୍ର ଇନ୍ଦ୍ରଜିତ ମହାନ୍ତିଙ୍କ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।