ଭୁବନେଶ୍ବର,୨୨।୨ : ଝାରସୁଗୁଡା ଦୁର୍ଘଟଣାରେ ୫ ପୁଲିସ କର୍ମଚାରୀ ମୃତ୍ୟୁ ଘଟଣାରେ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।

ସୂଚନାଯୋଗ୍ୟ ଯେ ଝାରସୁଗୁଡା ସଦର ଥାନା ସମ୍ମୁଖରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦ୍ରୁତଗାମୀ ଟ୍ରେଲର ଓ ପୋଲିସ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୩ ଜଣ ଗୁରୁତର ଭାବେ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ଆହତମାନଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ମୃତକମାନେ ହେଲେ କାଶୀରାମ ଭୋଇ , ନିରଞ୍ଜନ କୁଜୁର , ଦେବଦତ୍ତ ସା , ଲିଙ୍ଗରାଜ ଧୂରୁଆ , ଭକ୍ତବନ୍ଧୁ ମିର୍ଧା (ହୋମ ଗାର୍ଡ)।  ଖବର ପ୍ରସାରିତ ହେବା ପରେ ପୋଲିସ ବିଭାଗ ଓ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଥିଲା। ଉଚ୍ଚପଦସ୍ଥ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଟ୍ରେଲର ଚାଳକଙ୍କୁ ଅଟକ ରଖାଯାଇଥିବାବେଳେ ଗାଡିଟିକୁ ଜବତ  କରିଛି  ​​​​​​​