ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ରାମ ଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

Published By : Harapriya Sethi | July 4, 2025 1:27 PM

ଭୁବନେଶ୍ୱର,୦୪/୦୭: ପୁରୀର ମଙ୍ଗଳାଘାଟ ଠାରେ ଆୟୋଜିତ ରାମ ଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ କହିଛନ୍ତି ଯେ, ସଂସ୍କୃତି ଓ ସଂସ୍କାରଧର୍ମୀ କାର୍ଯ୍ୟ ଓ ଏହାର ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ଏହି ଭୂମି ପୂଜନ କାର୍ଯ୍ୟକ୍ରମରେ ପଦ୍ମବିଭୂଷଣ ଜଗତ ଗୁରୁ ରାମଭଦ୍ରାଚାର୍ଯ୍ୟ ଜୀ ମହାରାଜ ଅଧ୍ୟକ୍ଷତା କରି ଏହି ନୂତନ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରିଥିଲେ । ରାଘବ ପରିବାର ଟ୍ରଷ୍ଟ ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପାଟଣା ଗାଁର ଭଗବାନ ଶ୍ରୀରାମ ଚରିତ ମାନସ ଭବ୍ୟ ମନ୍ଦିର ହେବା ଏକ ସୌଭାଗ୍ୟର ବିଷୟ ଏବଂ ଏହି ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜନ କରିବାକୁ ଜଗତ ଗୁରୁ ରାମଭଦ୍ରାଚାର୍ଯ୍ୟ ଜୀ ମହାରାଜଙ୍କ ଆଗମନ ଆମ ପାଇଁ ଆଶୀର୍ବାଦ। ଏଠାରେ ରାମ ଚରିତ ମାନସ ମନ୍ଦିର ପ୍ରତିଷ୍ଠା ହିନ୍ଦୁ ପରମ୍ପରାର ଏକ ଅନନ୍ୟ ନିଦର୍ଶନ। 

ଆଗାମୀ ୧୦ ବର୍ଷ ଅର୍ଥାତ୍ ୨୦୩୬ ମସିହା ପର୍ଯ୍ୟନ୍ତ ଆମର ଭିଜନ୍ ଡକୁମେଣ୍ଟ "୩୬ ପାଇଁ ୩୬" ପ୍ରସ୍ତୁତ ଅଛି ଏବଂ ସରକାର ସେଇ ଲକ୍ଷ୍ୟ ନେଇ କାର୍ଯ୍ୟ କରୁଛନ୍ତି । ପ୍ରଧାନମନ୍ତ୍ରୀଙ୍କର ସମାଜର ୪ଟି ବର୍ଗ- ଅନ୍ନଦାତା, ଗରିବ, ମହିଳା ଓ ଯୁବ ବିକାଶକୁ ପ୍ରାଧାନ୍ୟ ଦେଇ ସମସ୍ତ ଯୋଜନାକୁ ଜନସାଧାରଣଙ୍କ ପାଇଁ ଉପଲବ୍ଧ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ଆହୁରି କହିଥିଲେ ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଆମ ସରକାର ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଭାବରେ ଏବଂ ୨୦୪୭ରେ ପ୍ରଧାନମନ୍ତ୍ରୀଙ୍କ ସ୍ୱପ୍ନ ବିକଶିତ ଭାରତକୁ ସାକାର କରିବ । ରାଜ୍ୟରେ ସମସ୍ତ ଜନହିତକର ଯୋଜନା ଲୋକଙ୍କ ପର୍ଯ୍ୟନ୍ତ ପହଞ୍ଚୁଛି ଏବଂ ଓଡ଼ିଶା ବିକାଶର ଶିଖର ଛୁଇଁବ।

ଭୂମି ପୂଜନ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ସେହି ସ୍ଥାନରେ ଏକ ନିମ୍ବ ଗଛ ଲଗାଇଥିଲେ ଏବଂ ଭୂମି ପୂଜନ ଯଜ୍ଞରେ ନିର୍ମାଣ ପ୍ରସ୍ତରର ଶୁଭ ଦେଇଥିଲେ । ଏହି ଅବସରରେ ପୁରୀ ସାଂସଦ ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.