ପ୍ରମୂଖ ଖବର
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ବେସାମରିକ ସୁରକ୍ଷାରେ ଯୋଗ ଦେବାକୁ ଯୁବ ସମାଜକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

Published By : Prameya | May 11, 2025 1:08 PM

ଭୁବନେଶ୍ୱର, ୧୧।୫: ଯୁବ ସମାଜ ହିଁ ଆମ ଆଶା, ଭରଷା ଓ ଶକ୍ତିର ପ୍ରତୀକ । ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଓ ସେବା ଆମ ସମସ୍ତଙ୍କର କର୍ତ୍ତବ୍ୟ । ଏଥିପାଇଁ ଜାତୀୟତାର ମନୋଭାବ ରଖି ବେସାମରିକ ସୁରକ୍ଷା ବା ସିଭିଲ୍ ଡିଫେନ୍ସ ସଙ୍ଗଠନରେ ସ୍ୱେଚ୍ଛାସେବୀ ଭାବେ ଯୋଗ ଦେବାପାଇଁ ଜନ ସାଧାରଣଙ୍କୁ ବିଶେଷକରି ଯୁବ ସମାଜକୁ ଆହ୍ବାନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । 

ଇଚ୍ଛୁକ ସ୍ୱେଚ୍ଛାସେବୀମାନେ ଜିଲ୍ଲା ସ୍ତରରେ ଜିଲ୍ଲାପାଳଙ୍କୁ ଆବେଦନ କରିପାରିବେ । ଜିଲ୍ଲାପାଳ ହେଉଛନ୍ତି ଜିଲ୍ଲା ବେସାମରିକ ସୁରକ୍ଷାର ନିୟନ୍ତ୍ରକ । ଏହି ସ୍ୱେଚ୍ଛାସେବୀମାନଙ୍କୁ ପ୍ରଶିକ୍ଷିତ କରାଯିବ । ଆବଶ୍ୟକ ହେଲେ, ସେବା ଓ ଜାତୀୟତାର ମନୋଭାବ ରଖି ସେମାନେ ଜନସାଧାରଣଙ୍କୁ ସେବା ଯୋଗାଇଦେବେ । ଆମ ରାଜ୍ୟର ୧୨ଟି ସ୍ଥାନରେ ସିଭିଲ୍ ଡିଫେନ୍ସ ସଙ୍ଗଠନ କାର୍ଯ୍ୟ କରୁଛି । ଆବଶ୍ୟକ‌ତା ଅନୁଯାୟୀ ଅନ୍ୟ ସ୍ଥାନମାନଙ୍କରେ ନୂଆ ସଙ୍ଗଠନ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ  ନିର୍ଦ୍ଦେଶ ଦେଇଛନ୍ତି । ସେ କହିଛନ୍ତି ଯେ, ମୋର ଆଶା ଓ ବିଶ୍ବାସ, ସେବା ଓ ଜାତୀୟତାର ମନୋଭାବ ରଖି ଅନେକ ବ୍ୟକ୍ତି ବିଶେଷ, ବିଶେଷକରି ଯୁବ ବର୍ଗ, ଏଥିପାଇଁ ଆଗେଇ ଆସିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.