ପ୍ରମୂଖ ଖବର
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷ କୃତ୍ୟ

Published By : Suraj Kumar | November 18, 2024 4:19 PM

ଭୁବନେଶ୍ୱର,୧୮।୧୧ :  ପୂର୍ବତନ ମନ୍ତ୍ରୀ ସମୀର ଦେ' ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କଟକ ସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ  ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ  ଦେଇଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଯେତେବେଳେ କଟକ ଗସ୍ତରେ ଯାଆନ୍ତି, ସେତେବେଳେ ସେ ଅସୁସ୍ଥ ସମୀର ଦେ’ ଙ୍କୁ ଭେଟି ଥାଆନ୍ତି। ନିକଟରେ ବାଲିଯାତ୍ରା ପାଇଁ କଟକ ଯାଇଥିବା ବେଳେ, ମୁଖ୍ୟମନ୍ତ୍ରୀ ସମୀର ଦେ’ ଙ୍କୁ ଏକ ଘରୋଇ ହସ୍ପିଟାଲରେ ଭେଟିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.