ଭୁବନେଶ୍ୱର, ୯।୬ : ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରମୁକ୍ତ ଘୋଷଣା କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ନିକୁଞ୍ଜ ହୋତା ଙ୍କ ଦ୍ୱାରା ଏହି ଚଳଚ୍ଚିତ୍ର ନିର୍ଦ୍ଦେଶିତ ହୋଇଛି।

ସୂଚନାଯୋଗ୍ୟ ଯେ, ଓଡିଶାର ହସ୍ତତନ୍ତ ବୁଣାକାର ସଂପ୍ରଦାୟଙ୍କ ଜୀବନ, ସଂଘର୍ଷ, ସହନଶୀଳତା ଓ ସଫଳତା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ୨୦୨୬ ମେ ୧୫ ତାରିଖରେ ମୁକ୍ତିଲାଭ କରିଛି। ଓଡିଶାର ମହାନ ପାରମ୍ପରିକ ଐତିହ୍ୟ ଓ କାରିଗରୀ କୌଶଳକୁ ଏହି ଚଳଚ୍ଚିତ୍ର ମାଧ୍ୟମରେ ନିଚ୍ଛକ ଭାବେ ପ୍ରଦର୍ଶିତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଏହାକୁ କରମୁକ୍ତ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ଆହୁରି ପଢନ୍ତୁ : ଦୀଘାରୁ 'ଧାମ' ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, କେବଳ ଲେଖା ହେବ ଶ୍ରୀ ଜଗନ୍ନାଥ ମନ୍ଦିର