ଭୁବନେଶ୍ୱର,୦୯/୧୦ : ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ବାରିପଦାର ଛଉ ପଡିଆରେ ଆୟୋଜିତ ସମାବେଶରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନ କରିଛନ୍ତି। ୩୫ ଲକ୍ଷରୁ ଉର୍ଦ୍ଧ୍ଵ ହିତାଧିକାରୀଙ୍କୁ ୧୭୫୦ କୋଟି ଟଙ୍କା ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ବୁଧବାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଛି। ଡିସେମ୍ବର ସୁଦ୍ଧା ୧ କୋଟିରୁ ଅଧିକ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ।