ଭୁବନେଶ୍ବର,୧୩/୧୨ : ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ରଙ୍କ ବିୟୋଗରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି , ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ରଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତାଙ୍କର ବିୟୋଗ ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ତଥା ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି।

ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଦିବଂଗତ ଆତ୍ମାର ସଦଗତି କାମନା କରୁଛି। ଓଁ ଶାନ୍ତି ।