• ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମରେ ଅଛନ୍ତି ୬ ସଦସ୍ୟ
  • ସୋମବାର ସନ୍ଧ୍ୟା ସୁଦ୍ଧା ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ଦେବେ

ଭୁବନେଶ୍ୱର,୧୬।୩ : କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଅଗ୍ନିକାଣ୍ଡ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଛନ୍ତି। କେଉଁ କାରଣରୁ ଏଭଳି ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଘଟିଲା ଏହି ଟିମ୍ ତାହାର ଅନୁସନ୍ଧାନ କରିବ। ଏହି ଟିମ୍‌ ୬ ଜଣ ସଦସ୍ୟ ରହିଛନ୍ତି।

ଉନ୍ନୟନ କମିଶନର ଦେଓରଞ୍ଜନ କୁମାର ସିଂହ ଏହି କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି କରାଯାଇଛି। ଅଗ୍ନିଶମ ବିଭାଗର ଆଇ.ଜି ଡଃ ଉମାଶଙ୍କର ଦାଶ, ଚିଫ୍ ଇଲେକ୍ଟ୍ରିକାଲ ଇନସ୍ପେକ୍ଟର ତଥା ଇଆଇସି ବରଦା ପ୍ରସନ୍ନ ଦାଶ, ସହରାଞ୍ଚଳ ଜନସ୍ୱାସ୍ଥ୍ୟ ବିଭାଗର ଇଆଇସି ବିରଞ୍ଚି ନାରାୟଣ ପ୍ରଧାନ, ଚିଫ ଇଞ୍ଜିନିୟର ବିଲ୍ଡିଂ ପ୍ରିୟବ୍ରତ ସାମନ୍ତରାୟ ଏବଂ ମେଡିକାଲ ଏଜୁକେଶନ ଓ ଟ୍ରେନିଂ ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ସନ୍ତୋଷ କୁମାର ମିଶ୍ର ସଦସ୍ୟ ରହିଛନ୍ତି । ଏହି କମିଟି ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କରି ସୋମବବାର ସନ୍ଧ୍ୟା ସୁଦ୍ଧା ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ପ୍ରଦାନ କରିବେ।