ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ

Published By : Harapriya Sethi | January 17, 2025 3:02 PM

ଭୁବନେଶ୍ୱର,୧୭/୦୧: ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍‌ ଶୁକ୍ରବାର ଦୁଇ ଦିନିଆ ଓଡିଶା ଗ୍ରସ୍ତରେ ଆସିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜର ବକ୍ତବ୍ୟ ରଖିଛନ୍ତି । ବିମାନ ବନ୍ଦରରେ ଆମେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କର ଭବ୍ୟ ସ୍ୱାଗତ କରିଛନ୍ତି ବୋଲି ସେ କହିଛନ୍ତି । ଏହି ଦୁଇ ଦିନ ମଧ୍ୟରେ ସିଙ୍ଗାପୁର ରାଷ୍ଟ୍ରପତି ଭୁବନେଶ୍ୱରର ୱାର୍ଲ୍‍ଡ ସ୍କିଲ୍ ସେଣ୍ଟର ପରିଦର୍ଶନ କରିବା ସହିତ ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ମୋ ସହିତ, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ତାଙ୍କ ସହିତ ବିଭିନ୍ନ କ୍ଷେତ୍ରରେ ସମ୍ପର୍କ ସୁଦୃଢ କରିବା ପାଇଁ ଆଲୋଚନା କରିବେ । ଏନେଇ ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ କହିଛନ୍ତି । 

ବିଶେଷ କରି ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍‍ସ, ସବୁଜ ଶକ୍ତି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଧିକ ସହଯୋଗର ସମ୍ଭାବନା ରହିଛି । ସିଙ୍ଗାପୁର ସରକାରଙ୍କ ସହିତ ଓଡିଶା ସରକାରଙ୍କ ଅନେକ ଗୁଡିଏ ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଏହା ଦ୍ୱାରା ଓଡିଶାରେ ପୁଞ୍ଜି ନିବେଶ ହେବ । ଆମର ସମୃଦ୍ଧ ଓଡିଶା ଗଠନ ପାଇଁ ଲକ୍ଷ୍ୟ ରହିଛି । ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ମଧ୍ୟ ବିପୁଳ ପୁଞ୍ଜି ନିବେଶ ଆସିବ । ସିଙ୍ଗାପୁର ସହିତ ଆମର ସମ୍ପର୍କ ବଢିଲେ, ଏହା ମାଧ୍ୟମରେ ଓଡିଶା ଉପକୃତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ବକ୍ତବ୍ୟରେ ପ୍ରକାଶ କରିଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.