ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ, ପିଲାମାନଙ୍କୁ ବଣ୍ଟାଯିବ ଯାଦୁ ପେଡି

Published By : Prameya | March 28, 2025 11:01 AM

ଭୁବନେଶ୍ୱର,୨୮/୦୩: ଜାତୀୟ ଶିକ୍ଷା ନୀତି  ଅନୁଯାୟୀ ଆସନ୍ତା ଏପ୍ରିଲ ୨ ତାରିଖରେ ରାଜ୍ୟ ତମାମ ଖଡି  ଛୁଆଁ କାର୍ଯ୍ୟକ୍ରମ ଆରମ୍ଭ ହେବ। ପ୍ରଥମ କରି ନାମ ଲେଖାଉଥିବା  କୁନି କୁନି ପିଲାଙ୍କୁ ସେହି ଦିନ ଖଡି ଛୁଆଇବେ ଗୁରୁ । ଏହି  କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ପାଇଁ ଏପ୍ରିଲ ୨ ତାରିଖରେ  ବଡ଼ଗଡ଼ ସ୍କୁଲକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ସେଦିନ ସକାଳ ୧୦ ଘଟିକା ସମୟରେ ମୁଖ୍ୟମନ୍ତ୍ରୀ  ପହଞ୍ଚି ପିଲାମାନଙ୍କୁ ଖଡି ଛୁଆଁଇ ସେମାନଙ୍କର ଶିକ୍ଷାରମ୍ଭ  କରାଇବେ । ଏଥିପାଇଁ ବଡ଼ଗଡ଼ ସ୍କୁଲ ପରିସରରେ ବ୍ୟାପକ  ପ୍ରସ୍ତୁତି ଆରମ୍ଭ ହୋଇଛି ।

ଗୁରୁବାର ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା  ଶିକ୍ଷାଧିକାରୀ ସୋନାମିକା ରାୟ ପହଞ୍ଚି ପ୍ରସ୍ତୁତିର ତଦାରଖ  କରିଛନ୍ତି । ଏକାମ୍ର ବିଧାୟକ ବାବୁ ସିଂଙ୍କ ପ୍ରତିନିଧି ସଂଗ୍ରାମ ମାର୍ଥା ଉପସ୍ଥିତ ଥିଲେ । ସ୍କୁଲକୁ ସୁସଜ୍ଜିତ କରାଯିବ । କୁନି କୁନି ପିଲାମାନଙ୍କୁ ତଳକ ଲଗାଇ ଫୁଲ ପକାଇ ସ୍ୱାଗତ କରାଯିବ । ମୁଖ୍ୟମନ୍ତ୍ରୀଙ୍କ କର କମଳରେ ପିଲାମାନଙ୍କୁ ଯାଦୁ ପେଡି ବଣ୍ଟନ କରାଯିବ ।  ଅଭିଭାବକ ମାନଙ୍କୁ ନେଇ ଏକ ଡ୍ୱାଟ୍ସ ଆପ୍‌ ଗ୍ରୁପ ତିଆରି କରାଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.