ଭୁବନେଶ୍ବର,୨୨।୧୧ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି।, ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ନଡ୍ଡାଙ୍କ ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶନ ଅଧିକ ଉତ୍ସାହ ସହ କାର୍ଯ୍ୟ କରିବା ପାଇଁ ଆମକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଏକ୍ସରେ ଉଲ୍ଲେଖ କରିଛନ୍ତି ।