ଭୁବନେଶ୍ବର,୧୭।୧୧ : ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସୋମବାର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ବୋଲି ତାଙ୍କ ଏକ୍ସରେ ଆକାଉଣ୍ଟରେ ଜଣାଇଛନ୍ତି।

ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି।