ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’

Published By : Prameya | October 15, 2024 8:16 AM

ଭୁବନେଶ୍ୱର,୧୫/୧୦: ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁମ୍ବାଇ ଗସ୍ତରେ ଯିବେ । ଆସନ୍ତା  ୧୭ରେ ସେ ମୁମ୍ବାଇରେ ନିବେଶକଙ୍କୁ ଭେଟି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିବେ । ଓଡ଼ିଶାରେ ଶିଳ୍ପାୟନ ପାଇଁ ଥିବା ସମ୍ଭାବନା  ସଂପର୍କରେ ଶିଳ୍ପ ବିଭାଗ ପକ୍ଷରୁ ସେଠାରେ ଏକ ରୋଡ  ସୋ’ରେ ମଧ୍ୟ ଯୋଗ ଦେବେ । କେନ୍ଦୁଝରରେ ଏକ ଇସ୍ପାତ କାରଖାନା ପ୍ରତିଷ୍ଠା ପାଇଁ ସେ ନିବେଶକଙ୍କ ସହ ଆଲୋଚନା  କରିବେ । କେନ୍ଦୁଝର ଗସ୍ତରେ ଯାଇ ଏ ସୂଚନା ଦେଇଛନ୍ତି  ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ।   

ସୂଚନାଯୋଗ୍ୟ, ଚଳିତ ମାସ ପ୍ରଥମ ସପ୍ତାହରେ  ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ଯାଇ ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ହାଇ  କମିଶନର, ବାଣିଜ୍ୟିକ କମିଶନର ଓ ପୁଞ୍ଜିପତିମାନଙ୍କ ସହ  ଓଡ଼ିଶାରେ ନିବେଶ ନେଇ ଆଲୋଚନା କରିଥିଲେ । ସେମାନଙ୍କୁ  ଭରସା ଓ ପ୍ରତିଶ୍ରୁତି ଦେଇଥିଲେ, ଶିଳ୍ପାୟନକୁ ନୂଆ ଉଚ୍ଚତାକୁ  ନେବାକୁ ରାଜ୍ୟ ନିଷ୍ପତ୍ତି ନେଇଛି । ଆପଣମାନେ ଓଡ଼ିଶା  ଆସନ୍ତୁ । ସେଠାରେ ନିବେଶ ରୋଡ୍‌ ସୋରେ ମଧ୍ୟ ମୁଖ୍ୟମନ୍ତ୍ରୀ  ଯୋଗ ଦେଇଥିଲେ । ଉତ୍କର୍ଷ ଓଡ଼ିଶା: ମେକ୍‌ ଇନ ଓଡ଼ିଶା  କନ୍‌କ୍ଲେଭ ୨୦୨୫ ପାଇଁ ସେ ନିବେଶକମାନଙ୍କୁ ନିମନ୍ତ୍ରଣ କରିଥିଲେ। ଆସନ୍ତା ଜାନୁଆରୀ ୨୮ ଓ ୨୯ରେ ଦୁଇଦିନ ଧରି  ଏ ସମ୍ମିଳନୀ ଆୟୋଜିତ ହେବାକୁ ଥିବାରୁ ଅଧିକ ନିବେଶ  ଭିଡ଼ିବାକୁ ମୁଖ୍ୟମନ୍ତ୍ରୀ ୧୭ରେ ମୁମ୍ବାଇ ଗସ୍ତରେ ଯାଇ ରୋଡ  ସୋ’ କରିବେ ବୋଲି ଜଣାପଡ଼ିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.