ପ୍ରମୂଖ ଖବର
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published By : Prameya | April 13, 2025 9:17 AM

ପୁରୀ ୧୩/୦୪: ଶ୍ରୀମନ୍ଦିରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରତ୍ନସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କଲେ ମୁଖ୍ୟମନ୍ତ୍ରୀ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଶ୍ରୀଜିଉଙ୍କୁ ଦର୍ଶନ କରି ବିଶେଷ ପୂଜାର୍ଚ୍ଚନା କରିଛନ୍ତି।

ସୂଚନା ଅନୁଯାଇ, ରବିବାର ସକାଳୁ ସକାଳୁ ମହାପ୍ରଭୁଙ୍କ ଦର୍ଶନ ଓ ଆର୍ଶୀବାଦ ନେବା ପାଇଁ ଶ୍ରୀମନ୍ଦିର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ସେବାୟତଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଥିଲା । ମୁଖ୍ୟମନ୍ତ୍ରୀଙ୍କ ସହ ଆଇନମନ୍ତ୍ରୀ,ରାଜସ୍ୱମନ୍ତ୍ରୀ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ସାଙ୍ଗରେ ଯାଇଥିଲେ। ରତ୍ନସିଂହାନରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ସହ ମା ମହାଲକ୍ଷ୍ମୀଙ୍କୁ ମଧ୍ୟ ଦର୍ଶନ କରିଥିଲେ। ସେଠା‌ରେ ବିଶେଷ ପୂଜାର୍ଚ୍ଚନା କରିବା ସହ ଆଶିଷ କାମନା କରିଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.