ପ୍ରମୂଖ ଖବର
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତ
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Published By : Harapriya Sethi | October 18, 2024 8:11 AM

ଭୁବନେଶ୍ୱର,୧୮/୧୦: ମୁମ୍ବାଇରେ ଓଡିଶା ସରକାରଙ୍କ ଦୁଇ ଦିନିଆ ନିବେଶକ ସମ୍ମିଳନୀ ଓ ରୋଡ଼ ଶୋ' । ଆଜି ଓ ଆସନ୍ତାକାଲି ଶିଳ୍ପ ନଗରୀ ମୁମ୍ବାଇରେ ଆୟୋଜିତ ହେବ କାର୍ଯ୍ୟକ୍ରମ । କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଓ ରାଜ୍ୟର ବରିଷ୍ଠ ଅଧିକାରୀ । ରାଜ୍ୟରେ ଶିଳ୍ପାୟନ ଲାଗି ଦିଲ୍ଲୀ ପରେ ମୁମ୍ବାଇରେ ପୁଞ୍ଜି ନିବେଶକଙ୍କ ସହ ଆଲୋଚନା କରିବେ ରାଜ୍ୟ ସରକାର । ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଇଣ୍ଡିଆ କେମ. କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।

ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ କେନ୍ଦ୍ର ରସାୟନ ମନ୍ତ୍ରୀ ଜେ.ପି. ନଡ୍ଡା । ଓଡ଼ିଶାର ପାରାଦୀପ, ଗୋପାଳପୁର ଓ ଧାମରାରେ କେମିକାଲ ଶିଳ୍ପ ଆସିବା ଲାଗି ସମ୍ଭାବନା ରହିଛି । ସେ ବିଷୟରେ ଅକ୍ଟୋବର ୧୯ ତାରିଖ ଅର୍ଥାତ ଆସନ୍ତା କାଲି ୩୦୦ରୁ ଉର୍ଦ୍ଧ୍ବ ନିବେଶକଙ୍କ ସହ ଆଲୋଚନା କରିବେ ଓଡିଶା ସରକାର । ଏଥିରେ ବିଭିନ୍ନ ସେକ୍ଟରର ନିବେଶକ ସାମିଲ ହେବେ । କେନ୍ଦୁଝରରେ ଏକ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଟାସ୍କଫୋର୍ସ ଗଠନ ହୋଇଛି । ମୁଖ୍ୟ ଶାସନ ସଚିବ ଏହି ଟାସ୍କଫୋର୍ସର ଅଧ୍ୟକ୍ଷ ରହିଛନ୍ତି । ଉକ୍ତ ଶିଳ୍ପ ପ୍ରତିଷ୍ଠା ଲାଗି ଦୁଇଟି ସ୍ଥାନ ନିରୂପଣ ଲାଗି ନିର୍ଦ୍ଦେଶ ରହିଛି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.