ପ୍ରମୂଖ ଖବର
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଅସ୍ଥାୟୀ ମଣ୍ଡପରେ ମା' ବୁଢୀ ଠାକୁରାଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଜନ ମାନସର ମଙ୍ଗଳ କାମନା କଲେ

Published By : Prameya | April 27, 2025 12:35 PM

ବ୍ରହ୍ମପୁର,୨୭/୦୪: ଆଜି ଦେଶୀବେହେରା ସାହି ଅସ୍ଥାୟୀ ମଣ୍ଡପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମାଆ ବୁଢୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ମାଆଙ୍କ ନିକଟରେ ସକଳ ଜନ ମାନସର ସୁଖ ସମୃଦ୍ଧି କାମନା କରିଛନ୍ତି। 

ରବିବାର ସକାଳୁ ସ୍ଵତନ୍ତ୍ର ବିମାନ ଯୋଗେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବାହାରି ଦିନ ୧୧ ଟାରେ ବିନାୟକ ଆଚାର୍ଯ୍ୟ କଲେଜ ପଡ଼ିଆରେ ନିର୍ମିତ ଅସ୍ଥାୟୀ ହେଳିପେଡରେ ପହଞ୍ଚିଥିଲେ। ସେଠାରୁ କାର ଯୋଗେ ରାଜା ଗୁରଜିରେ ପହଞ୍ଚିଥିଲେ। ସେଠାରୁ ଚାଲି ଚାଲି ଯାଇ ମାଆଙ୍କ ଦର୍ଶନ ପାଇଁ ୧୧.୩୦ ରେ ଅସ୍ଥାୟୀ ମଣ୍ଡପରେ ପହଞ୍ଚିଥିଲେ। ମାଆଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ।  ଅସ୍ଥାୟୀ ମଣ୍ଡପ ସମ୍ମୁଖରେ ଗଞ୍ଜାମ ପ୍ରସିଦ୍ଧ ବାଘ୍ ନାଚ ଦେଖିଥିଲେ। ସେଠାରୁ ପୁଣି ୧୧.୪୦ ରେ ଅସ୍ଥାୟୀ ହେଲିପେଡ ଅଭିମୁଖେ ଯାଇଥିଲେ। ସେଠାରୁ ବୁଗୁଡ଼ା  ଗସ୍ତ କାର୍ଯ୍ୟକ୍ରମ ରହିଛି । ବୁଗୁଡା  ବ୍ଲକ୍‌ ଘୋଳିପୁର ଗ୍ରାମରେ ମତ୍ସ୍ୟ ଓ  ପଶୁ ସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର  ଓ ମଧ୍ୟମ ଉଦ୍ୟୋଗ ବିଭାଗୀୟ  ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମାତୃ ବିୟୋଗ ଦ୍ୱାଦଶାହ କାର୍ଯ୍ୟକ୍ରମରେ  ଦିନ ୧.୨୦ରେ ଯୋଗଦେବେ ବୋଲି ସୂଚନା ମିଳିଛି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ବ୍ରହ୍ମପୁର ସାଂସଦ ଡ ପ୍ରଦୀପ ପାଣିଗ୍ରାହୀ, ବ୍ରହ୍ମପୁର ବିଧାୟକ କେ ଅନିଲ କୁମାର, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ପୁଲିସ ଆଇଜି ନୀତି ଶେଖର, ଏସପି ଡ଼ା ଶରବଣା ବିବେକ ଏମ, ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ବିଜେପି ଜିଲ୍ଲା ସଭାପତି ସରୋଜ ସାବତଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ରହିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.