ପ୍ରମୂଖ ଖବର
  • କଟକ : ଟ୍ରକ୍‌ ଧକ୍କାରେ ବାପ ପୁଅଙ୍କ ମୃତ୍ୟୁ, ଡ୍ରାଇଭର ଫେରାର
  • ||
  • ଫୁଲବାଣୀ : ନିଖୋଜ ବ୍ୟବସାୟୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • କୋରାପୁଟ ଜିଲ୍ଲାପାଳଙ୍କ ଅଚାନକ କୋଟିଆ ଗସ୍ତ, ଏସ୍ ଏସ୍‌ ଡି ହାଇସ୍କୁଲ ପିଲାଙ୍କ ସହ କରିଲେ ଆଲୋଚନା
  • ||
  • ଗଞ୍ଜାମ : ସ୍କୁଲ ଗେଟ୍‌ରେ ପଡିଲା ତାଲା, ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା
  • ||
  • କଟକ : ଗାଁ ଲୋକଙ୍କୁ ଖଣ୍ଡାରେ ଆକ୍ରମଣ ଉଦ୍ୟମ କଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ନୟାଗଡ଼ : ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ଫୋପାଡ଼ିଲା ବୋମା, ଜଣେ ଆହତ
  • ||
  • ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନିଲ-ହଂସିକା, ପୂର୍ବରୁ ଖାରଜ ହୋଇଥିଲା ଆବେଦନ
  • ||
  • ଭୌମ ଏକାଦଶୀ ପାଇଁ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି ବନ୍ଦ,୩ ମାସରେ କାମ ସାରିବ ଏଏସ୍‌ଆଇ
  • ||
  • ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା, ଆଜି ଯାଜପୁରରୁ ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାହାର ହେବ ଦିଲ୍ଲୀ ? ଆପ୍ ମାରିବ ହ୍ୟାଟ୍ରିକ ନା ବାଜିମାରି ନେବ ବିଜେପି, ଆଜି ରେଜଲ୍ଟ
  • ||

ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published By : Prameya | January 17, 2025 11:26 AM

ରାୟଗଡ଼ା,୧୭/୦୧: ଆସନ୍ତା ଶନିବାର  ଅର୍ଥାତ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ ଦିନିକିଆ ରାୟଗଡ଼ା ଜିଲ୍ଲା ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଅନୁଷ୍ଠିତ ହେବାକୁ ଥିବା ସମନ୍ୱିତ କାର୍ଯ୍ୟକ୍ରମରେ  ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସମଗ୍ର  ଦେଶର ବିଭନ୍ନ ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ  ଆଲୋଚନା କରିବାକୁ ଥିବାବେଳେ ରାଜ୍ୟର  ରାୟଗଡ଼ା ଜିଲ୍ଲା ସେଥିରେ ଅନ୍ତର୍ଭୁକ୍ତ ହୋଇଛି ।  ସେଥିପାଇଁ ମୁଖ୍ୟମନ୍ତ୍ରୀ ଆସୁଥିବା ସୂଚନା ମିଳିଛି ।  

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ହେଲିକ୍ୟାପ୍‌ଟର ଯୋଗେ ଆସି  ସ୍ଥାନୀୟ ଜିସିଡି ପଡ଼ିଆରେ ଓହ୍ଲାଇବେ । ସେଠାରୁ  ବିଜୁ ପଟ୍ଟନାୟକ ଅଡିଟୋରିୟମଠାରେ ଆୟୋଜିତ  କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଶେଷ ପରେ ସର୍କିଟହାଉସ୍‌ଠାରେ  ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବାକୁ  ଥିବା ଜିଲ୍ଲା ବିଜେପି ସଭାପତି ଶିବ ପଟ୍ଟନାୟକ  ସୂଚନା ଦେଇଛନ୍ତି । ଏଣେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ଓ ପୁଲିସ୍‌ ପକ୍ଷରୁ ବ୍ୟବସ୍ଥା ଆରମ୍ଭ  ହୋଇଛି । ସମସ୍ତ କାର୍ଯ୍ୟକ୍ରମକୁ ସମୟାନୁସାରେ  ଶେଷ ଓ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି ।  କୋର୍ଟ୍‌ଚାଲାଣ କରାଯାଇ ଥିବା ଜଣାପଡିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.