ପ୍ରମୂଖ ଖବର
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା

Published By : Prameya | July 1, 2025 10:04 AM

ପୁରୀ ୦୧/୦୭:  ମଙ୍ଗଳବାର ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଗସ୍ତ କରିବେ। ସେବାୟତଙ୍କ ସହ ମହାପ୍ରଭୁଙ୍କ ଆଗାମୀ ନୀତିକାନ୍ତି ନେଇ କରିବେ ଆଲେଚନା। ସେହିଭଳି ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ବୈଠକରେ ଗୁରୁତ୍ବ ଦିଆଯିବ। ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ ହେବ।

ମଙ୍ଗଳବାର ଦିନ ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୧୨ଟା ସମୟରେ ମୁଖ୍ୟମନ୍ତ୍ରୀ ଓ ଆଇନମନ୍ତ୍ରୀ ପୁରୀ ଗସ୍ତରେ ଯିବେ । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଅପରାହ୍ନ ୩ଟାରେ ସେବାୟତଙ୍କ ସହିତ ଆଲୋଚନା କରିବେ । ଆଗକୁ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା, ସୁନା ବେଶ, ଅଧରପଣା ଏବଂ ନୀଳାଦ୍ରି ବିଜେ ରହିଥିବାରୁ କିଭଳି ସୁରୁଖୁରୁରେ ହେବ । ସେନେଇ ସେବାୟତଙ୍କ ଆଲୋଚନା କରିବେ । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.