ପ୍ରମୂଖ ଖବର
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ

Published By : Harapriya Sethi | October 10, 2024 1:39 PM

ଭୁବନେଶ୍ୱର, ୧୦/୧୦: ଭୁବନେଶ୍ୱର ଓ କଟକର ବିଭିନ୍ନ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯେହେତୁ ସେ ସାଧାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ, ତେଣୁ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ । ଏନେଇ ସେ ସୂଚନା ଦେଇଛନ୍ତି । ପୁରୁଣା ପୂଜା ଅନୁଷ୍ଠାନକୁ ଯାଇ ମା'ଙ୍କ ଦର୍ଶନ କରିବେ ଓ ଲୋକଙ୍କୁ ଭେଟିବେ । ଏହା ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ମଧ୍ୟ ପୂଜା ମଣ୍ଡପ ବୁଲିବେ ।

ରସୁଲଗଡ, ବରମୁଣ୍ଡା, ନୟାପଲ୍ଲୀ, ଷ୍ଟେସନ ବଜାର, ଲକ୍ଷ୍ମୀ ସାଗର ଓ ସୁନ୍ଦରପଦା ଭଳି ଅନେକ ମଣ୍ଡପ ବୁଲିବେ । ପୂଜାରେ ମା'ଙ୍କୁ ନେଇ ରାଜନୀତି କରାନଯାଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ବିଜେଡି ନେତା ଏବଂ କଂଗ୍ରେସ ନେତା ମଧ୍ୟ ସମସ୍ତ ପୂଜା ମଣ୍ଡପ ବୁଲନ୍ତୁ ବୋଲି ସେ କହିଛନ୍ତି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.