ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ

ଭୁବନେଶ୍ୱର, ୧/୪ : ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣେ ଲୋକପ୍ରିୟ ଭଜନ ଗାୟିକା ଶାନ୍ତି ଲତା ବାରିକ ଜଗନ୍ନାଥଙ୍କର ଅନନ୍ୟ ଭକ୍ତ ଥିଲେ । ଭାବପୂର୍ଣ୍ଣ କଣ୍ଠରେ ତାଙ୍କ ଜଗନ୍ନାଥ ଭଜନ ପାଇଁ ଓଡିଶାର ଘରେ ଘରେ  ସେ ସୁପରିଚିତ ଥିଲେ ।

ତାଙ୍କ ଭଜନ ଥିଲା ଭକ୍ତି ଓ  ସମର୍ପଣର ସଂଗୀତମୟ ନିବେଦନ । ତାଙ୍କ ସ୍ୱର ପରିବେଶକୁ ଭକ୍ତିମୟ କରିବା ସହ ଶ୍ରୋତାଙ୍କ ହୃଦୟରେ ଭାବାବେଗ ସୃଷ୍ଟି କରି ପାରୁଥିଲା । ତାଙ୍କର ବିୟୋଗ ଓଡ଼ିଶାର ସାଂସ୍କୃତିକ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶାନ୍ତିଲତା ବାରିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି । ସ୍ୱର୍ଗତ ଶାନ୍ତିଲତା ବାରିକଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.