ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ମା’ ତାରାତାରିଣୀ ପୀଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପୂଜାର୍ଚ୍ଚନା କରି ମା’ଙ୍କ ଆଶିଷ ଲାଭ କଲେ

ଗଞ୍ଜାମ, ୩୦।୪: ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାରାତାରିଣୀ ପୀଠର ପାଦ ଦେଶ ନରସିଂହପୁର ଛକଠାରେ ଅସ୍ଥାୟୀ ହେଲିପ୍ୟାଡ୍‌ରେ ପହଞ୍ଚିବା ପରେ କାର୍ ଯୋଗେ ମନ୍ଦିର ପହଞ୍ଚିଥିଲେ । ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କର ପୂଜାର୍ଚ୍ଚନା ଓ ଦର୍ଶନ କରିବା ସହ ଆଶୀର୍ବାଦ ଲାଭ କଲେ  । 

ପୂଜାର୍ଚ୍ଚନା ସାରି ଛତ୍ରପୁର ଅଭିମୁଖେ ଗସ୍ତ କଲେ ମୁଖ୍ୟମନ୍ତ୍ରୀ । ମା’ଙ୍କ ନିକଟରେ ପୂଜାର୍ଚ୍ଚନା କରି ମୁଖ୍ୟମନ୍ତ୍ରୀ ମା’ଙ୍କ ଆଶିଷ ଲାଭ କରିଥିବା କହିଛନ୍ତି ପୂଜକ ବାପୁଜୀ ରଣା । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି ପୋଲିସ ଓ ପ୍ରଶାସନ  ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.