ଭୁବନେଶ୍ୱର, ୧୫।୪ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ ସ୍ଥିତ ରୁବିଡିସିଂ ସରକାରୀ ପ୍ରାଥମିକ ବିଦ୍ୟାଳୟର ସ୍କୁଲ ଗେଟ ପଡିଯିବାରୁ ଦୁଇ ଜଣ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। କେଉଁ ପରିସ୍ଥିତିରେ ଏଭଳି ଅଭାବନୀୟ ଘଟଣା ଘଟିଲା, ତାହାର ତଦନ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ RDC ସ୍ତରୀୟ ତଦନ୍ତ ନିର୍ଦେଶ ଦେଇଛନ୍ତି। ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଏହି ଘଟଣାର ତଦନ୍ତ କରିବେ।
ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ CMRFରୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି।
ଆହୁରି ପଢନ୍ତୁ : ଭୁଶୁଡିଲା ସ୍କୁଲ ପାଚେରୀ, ଚାଲିଗଲା ୨ ଛାତ୍ରୀଙ୍କ ଜୀବନ