ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଓଡିଶାରେ ସିପେଟ୍‌ର ଅଧିକ କେନ୍ଦ୍ର ସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

Published By : Ladu Kishor | April 11, 2025 10:47 PM

ଭୁବନେଶ୍ବର ୧୧/୦୪ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ତଥା ରସାୟନ ଓ ସାର ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ସହ CIPET ପରିଦର୍ଶନରେ ଯାଇ ଓଡ଼ିଶାରେ ଏହି ପ୍ରତିଷ୍ଠାନର ଅଧିକ କେନ୍ଦ୍ର ଖୋଲିବା ପାଇଁ ପ୍ରସ୍ତାବ ଦେଇଛନ୍ତି।  

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିକଟରେ ପେଟ୍ରୋ କେମିକାଲ୍ କ୍ଷେତ୍ରରେ ୧ ଲକ୍ଷ କୋଟି ଟଙ୍କାଠାରୁ ଅଧିକ ମୂଲ୍ୟର ନିବେଶ ପାଇଁ ଚୁକ୍ତି ସ୍ୱାକ୍ଷର ହୋଇଛି। ପୂର୍ବରୁ ଉତ୍କର୍ଷ ଓଡିଶାରେ ମଧ୍ୟ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ସୁଯୋଗ ସୃଷ୍ଟି ହୋଇଛି । ଏହାଦ୍ୱାରା ପ୍ରାୟ ୧୩ ଲକ୍ଷ ନିଯୁକ୍ତିର ସମ୍ଭାବନା ସୃଷ୍ଟି ହୋଇଛି। 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପେଟ୍ରୋ କେମିକାଲ୍‌ ଶିଳ୍ପ କ୍ଷେତ୍ରରେ ଓଡିଶାରେ ବ୍ୟାପକ ଅଭିବୃଦ୍ଧିର ସୁଯୋଗ ସୃଷ୍ଟି ହୋଇଛି । ଏଥିପାଇଁ ଅଧିକ ଦକ୍ଷ ୱାର୍କଫୋର୍ସର ଆବଶ୍ୟକତା ରହିଛି । ସେଥିପାଇଁ ଓଡିଶାର ବିଭିନ୍ନ ସ୍ଥାନରେ ସିପେଟ୍‌ର ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ । ରାଜ୍ୟର ବିଭିନ୍ନ ଶିଳ୍ପ କ୍ଲଷ୍ଟର ଯେପରିକି କେନ୍ଦୁଝର, ଝାରସୁଗୁଡା,   କଳିଙ୍ଗନଗର, ଗୋପାଳପୁର, ଅନୁଗୁଳ ଏବଂ ରାୟଗଡା ପରି  ସ୍ଥାନରେ ଏହାର ଟ୍ରେନିଂ ସେଣ୍ଟର ସ୍ଥାପନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ । କେନ୍ଦ୍ରମନ୍ତ୍ରୀ ଶ୍ରୀ ନଡ୍ଡା ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସିପେଟ୍‌ର ବିଭିନ୍ନ ଲାବ୍ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.