ଭୁବନେଶ୍ବର, ୨୬।୪ : ଏପ୍ରିଲ ୨୭ରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୭ ତାରିଖରେ ସକାଳ ୭ଟାରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଭୁବନେଶ୍ୱରସ୍ଥିତ ୟୁନିଟ-୨, ଅଶୋକ ନଗରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି ହୋଇଥାନ୍ତା।
ଆହୁରି ପଢନ୍ତୁ : ରାଜସ୍ୱ ବିଭାଗର କଠୋର ଆଭିମୁଖ୍ୟ, ଅଫିସ୍ ବାହାରେ ପଞ୍ଜୀକରଣ ମନା