ଭୁବନେଶ୍ବର,୧୬।୭  ଆସନ୍ତା ଜୁଲାଇ ୨୧ ତାରିଖ ସୋମବାର   ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏହି ଦିନ ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଏହି ସୂଚନା ପ୍ରଦାନ କରାଯାଇଛି l ପରବର୍ତ୍ତୀ  ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ  ଜଣାଇ ଦିଆଯିବ।