ପ୍ରମୂଖ ଖବର
  • ଅପେକ୍ଷାର ହେଲା ଅନ୍ତ, ଖୋଲିଲା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର, ଭିତର ଭଣ୍ଡାର ଖୋଲିବାକୁ ଚାଲିଛି ପକ୍ରିୟା
  • ||
  • ଶ୍ରୀମନ୍ଦିରକୁ ପ୍ରବେଶ କଲେ ୧୧ ଜଣ ସଦସ୍ୟ, ଦିନ ୧ଟା ୨୮ରେ ଶୁଭ ମୁହୂର୍ତ୍ତରେ ଫିଟିବ ଭିତର ଭଣ୍ଡାର ତାଲା
  • ||
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ହଜାରେ ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ, ଅସୁସ୍ଥ ଉର୍ମିଳାଙ୍କୁ ନିଜ ହାତରେ ପିଆଇଲେ ପାଣି

ଭୁବନେଶ୍ୱର, ୨୬/୦୬ : ଲୋକଙ୍କଠାରୁ ସିଧାସଳଖ ଅଭିଯୋଗ ଶୁଣୁଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜ ସମସ୍ୟା କହିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ନୟାଗଡ଼ରୁ ଆସିଥିବା ଉର୍ମିଳା ସାହୁ। ସଙ୍ଗେସଙ୍ଗେ ମୁଖ୍ୟମନ୍ତ୍ରୀ ନିଜ ହାତରେ ତାଙ୍କୁ ପିଇବାକୁ ପାଣି ଦେଲେ । ତା’ପରେ ସାମାନ୍ୟ ସୁସ୍ଥ ଅନୁଭବ କଲେ ଉର୍ମିଳା। ଏଭଳି ଦରଦୀ ହୃଦୟଭରା ମୁଖ୍ୟମନ୍ତ୍ରୀଙ୍କୁ ଦେଖି ଭାବବିହ୍ୱଳ ହୋଇ ପଡ଼ିଲେ ଉର୍ମିଳା। ବେଶ୍‌ ପ୍ରଶଂସା କଲେ ଓ ଫେରିବା ବେଳେ ଖୁସି ମନରେ ଘରକୁ ଗଲେ। ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ କାର୍ଯ୍ୟ, ବ୍ୟବହାର ଓ ସରଳପଣିଆ ପ୍ରତିଦିନ ଏକଥାକୁ ପ୍ରମାଣିତ କରୁଛି। 

ସବୁଦିନ ପରି ମଙ୍ଗଳବାର ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ପ୍ରାୟ ଏକ ହଜାର ଲୋକ ପହଞ୍ଚିଥିଲେ ନିଜ ନିଜ ଅଭିଯୋଗ ଓ ସମସ୍ୟା ଧରି । ସମସ୍ତେ ଅପେକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ସେମାନଙ୍କ ସମସ୍ୟା ଶୁଣିବେ ଓ ଅଭିଯୋଗ ପତ୍ର ଗ୍ରହଣ କରିବେ । ସକାଳର ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ମଧ୍ୟାହ୍ନଠାରୁ ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ପାଇଁ ସମୟ ରଖିଥିଲେ। ଲୋକମାନେ ମଧ୍ୟ ଧାଡ଼ି ବାନ୍ଧି ଶୃଙ୍ଖଳିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଅପେକ୍ଷା କରି ରହିଥିଲେ। ମୁଖ୍ୟମନ୍ତ୍ରୀ ନିଜେ ଆସି ଜଣ ଜଣ କରି ଲୋକଙ୍କର ସମସ୍ୟା ଶୁଣିଥିଲେ। ଲୋକଙ୍କଠାରୁ ଅଭିଯୋଗ ପତ୍ର ଗ୍ରହଣ କଲେ। ସମସ୍ତଙ୍କ ସମସ୍ୟାକୁ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଶୁଣିଲେ। 

ସୋମବାର ଦୃଷ୍ଟିବାଧିତ ବିଦ୍ୟାଳୟର କାର୍ଯ୍ୟରତ ଓ ଅବସରପ୍ରାପ୍ତ ଶିକ୍ଷକମାନେ ଆସିଥିଲେ ସେମାନଙ୍କ ସମସ୍ୟା ନେଇ । ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ କଥା ହୋଇ ଯଥାଶୀଘ୍ର ତାଙ୍କ ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ସାଧାରଣ ଲୋକଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆତ୍ମୀୟତା ଭରା ବ୍ୟବହାର ଦେଖି ନୟାଗଡ଼ରୁ ଆସିଥିବା ଉର୍ମିଳା ସାହୁ ଏବଂ ଦୃଷ୍ଟିବାଧିତ ବିଦ୍ୟାଳୟର ଶିକ୍ଷକମାନଙ୍କ ଆଖିରୁ ଖୁସିର ଲୁହ ଝରି ପଡ଼ିଥିଲା । ସାଧାରଣ ଲାକଙ୍କ ସହିତ ବିଭିନ୍ନ ଅନୁଷ୍ଠାନ, ସଂଗଠନ, ଦିବ୍ୟାଙ୍ଗ ଆଦି ସବୁ ବର୍ଗର ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ସମସ୍ୟା ଶୁଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସମସ୍ତଙ୍କ ମୁହଁରେ ଆଶା, ଭରସା ଓ ବିଶ୍ୱାସର ଝଲକ ଦେଖିବାକୁ ମିଳୁଥିଲା । 

କଟକ ଖ୍ରୀଷ୍ଟ କଲେଜିଏଟ ସ୍କୁଲର ଶିକ୍ଷକମାନଙ୍କ ସମସ୍ୟାର ସମାଧାନ ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସ୍କୁଲର ଶିକ୍ଷୟିତ୍ରୀମାନେ ତିନି ମାସ ହେଲା ଦରମା ପାଉ ନଥିଲେ । କାରଣ ତାଙ୍କ ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀ କେହି ନଥିଲେ । ଏ ସମସ୍ୟା ବିଷୟରେ ମୁଖ୍ୟମନ୍ତ୍ରୀ ଜାଣିବା ପରେ ସମାଧାନ ପାଇଁ ସଙ୍ଗେ ସଙ୍ଗେ ଶିକ୍ଷା ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ସେମାନଙ୍କର ଅସୁବିଧା ଦୂର ହୋଇଛି । ଖୁବ ଶୀଘ୍ର ବରିଷ୍ଠତା ଭିତ୍ତିରେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ଦାୟିତ୍ୱ ଦିଆଯିବ । ସେମାନଙ୍କର ଦରମା ମଧ୍ୟ ନିୟମିତ ହେବ । ଶେଷରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜ୍ଞାପନ କରି ସମସ୍ତେ ଖୁସି ମନରେ ଘରକୁ ଫେରିଥିଲେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.