ପ୍ରମୂଖ ଖବର
  • ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ସ୍ନାନପୂର୍ଣ୍ଣିମା ଏବଂ ରଥଯାତ୍ରୀ ନୀତି ନିର୍ଘଣ୍ଟ ନେଇ ବାଜିପାରେ ମୋହର
  • ||
  • ନବରଙ୍ଗପୁର: ପାଇଖାନା ଟାଙ୍କି ସଫା ବେଳେ ଅଘଟଣ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ
  • ||
  • ଶଙ୍ଖ ଭବନରେ ବିଜେଡିର ବଡ଼ ବୈଠକ, ସରକାର ବର୍ଷେ ପୂର୍ତ୍ତି ଉତ୍ସବ ସହ ବିଭିନ୍ନ ପ୍ରସଙ୍ଗ ନେଇ ଚାଲିଛି ଆଲୋଚନା
  • ||
  • ଖରାପ ପାଗ ଏବଂ ଚିକୁନଗୁନିଆ ସଂକ୍ରମଣ ଯୋଗୁଁ ମହିଳା ଏସିଆ କପ୍‌ ସ୍ଥଗିତ
  • ||
  • ବିଶ୍ୱ ସାଇକେଲ ଦିବସ; ପେଁ ପାଁରେ ହଜିନି କ୍ରିଂ କ୍ରିଂ କ୍ରିଂ...ଫିଟନେସ୍‌ ପାଇଁ ପାଲଟିଛି ପ୍ରଥମ ପସନ୍ଦ
  • ||
  • ଛେଣ୍ଡିପଦା: ବିପଦରେ ଗଜରାଜ, ସୋଲାର କରେଣ୍ଟରେ ହାତୀ ମୃତ
  • ||
  • ଚନ୍ଦନେଶ୍ଵର: ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ୨ ଗିରଫ
  • ||
  • ବାଙ୍କୀ: ବାଲି ବୋଝେଇ ହାଇୱା ଧକ୍କାରେ ଯୁବକଙ୍କ ମୃତ୍ୟୁ, ରାସ୍ତାରୋକ କଲେ ଗ୍ରାମବାସୀ
  • ||
  • ପାଶ୍ଚାତ୍ୟ ରାଷ୍ଟ୍ରଙ୍କୁ ବିଶ୍ୱଯୁଦ୍ଧ ଭୟ: ଦୀର୍ଘ ୮୦ ବର୍ଷ ପରେ ଘାରିଛି ଆଶଙ୍କା, ଋଷ-ଆମେରିକା, ପରମାଣୁ ଅସ୍ତ୍ର ମୁଖ୍ୟ କାରଣ
  • ||
  • IPL 2025 ମହାଲଢ଼େଇ: ଆଜି ମୁହାଁମୁହିଁ ହେବେ ପଞ୍ଜାବ -ବେଙ୍ଗାଲୁରୁ, ପ୍ରଥମ ଟାଇଟଲ ଆଶାରେ ଉଭୟ ଟିମ୍
  • ||
  • ରାଜ୍ୟରେ ପୁଣି ଉପରମୁହାଁ ତାତି : ଆଗାମୀ ୪ ଦିନ ଯାଏ ଭୀଷଣ ଗରମ ସହ ଗୁଳୁଗୁଳି, ସପ୍ତାହ ଯାଏ ବର୍ଷା ନାହିଁ
  • ||

କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଅତ୍ୟାଧୁନିକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓରେ ପରିଣତ କରିବା ପାଇଁ ଡିପିଆର୍‌ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

Published By : Suraj Kumar | June 1, 2025 10:05 PM

ଭୁବନେଶ୍ୱର,୧।୬ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି  ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ୧୯୮୦ ମସିହାରେ ସ୍ଥାପିତ ହୋଇଥିବା ଏହି ଷ୍ଟୁଡ଼ିଓ ଏକଦା ଚଳଚ୍ଚିତ୍ର ନିର୍ମାଣ ପାଇଁ ଉନ୍ନତ ଯନ୍ତ୍ରପାତି ସହିତ ପୂର୍ବ ଭାରତର ଏକମାତ୍ର ଷ୍ଟୁଡ଼ିଓ ଭାବେ ଖ୍ୟାତି ଅର୍ଜନ କରିଥିଲା । ସମୟକ୍ରମେ ଆଧୁନିକ ଯନ୍ତ୍ରପାତି ଓ ବୈଷୟିକ ଉପକରଣ ଅଭାବରୁ ଷ୍ଟୁଡ଼ିଓଟିର ଚାହିଦା ହ୍ରାସ ପାଇଥିଲା । ଏହାର ଉନ୍ନତିକରଣ କାର୍ଯ୍ୟ ଜାରି ରହିଛି ।

ନୂଆ ସରକାର ଦାୟିତ୍ୱ ନେବା ପରେ ଏହି ଷ୍ଟୁଡ଼ିଓର ଅତ୍ୟାଧୁନିକୀକରଣକୁ ଗୁରୁତ୍ୱ ଦେବାପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ନିର୍ଦ୍ଦେଶ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଷ୍ଟୁଡ଼ିଓର ଟେକ୍‍ ବିଲଡ଼ିଙ୍ଗ, ଏଣ୍ଟ୍ରାନ୍‍ସ ପ୍ଲାଜା, ଇନଡୋର୍‍ ସୁଟିଙ୍ଗ ବ୍ୟବସ୍ଥା, କଳିଙ୍ଗ ମୁଭି ମ୍ୟାଜିକ୍‍, ଆଭେନ୍ୟୁ ଲ୍ୟାଣ୍ଡ, ଭିଲେଜ୍‍ ଏରିଆ, ଆଇକନିକ୍‍ ଲ୍ୟାଣ୍ଡ ମାର୍କ, ସ୍ନୋ ୱାର୍ଲଡ, କମ୍ୟୁନିଟି ହଲ୍‍, ବାମ୍ୱୋ ଷ୍ଟ୍ରକ୍‍ଚର, ୱାଟର ବଡ଼ି, ଗ୍ରୀନ ଏରିଆ ଇତ୍ୟାଦି ବିକଶିତ କରାଯାଇଛି । ବାକି ରହିଥିବା କାମ ଗୁଡ଼ିକ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଇଡ୍‌କୋ ପକ୍ଷରୁ ଏହି ବିକାଶ କାର୍ଯ୍ୟ କରାଯାଉଛି ।

 ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଆ ଚଳଚ୍ଚିତ୍ରର ବିକାଶ ପାଇଁ ଏହି ଷ୍ଟୁଡ଼ିଓର ବିକାଶ ଅତ୍ୟନ୍ତ ଆବଶ୍ୟକ । ସମସ୍ତ ଅତ୍ୟାଧୁନିକ ସୁବିଧା ସୁଯୋଗ ଥାଇ ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓରେ ପରିଣତ କରାଯିବ । ଚଳଚ୍ଚିତ୍ର ଜଗତ ସହିତ ଜଡ଼ିତ ସମସ୍ତଙ୍କ ସହ ଆଲୋଚନା କରାଯାଇ ଏହି ଷ୍ଟୁଡ଼ିଓର ବିକାଶ କରାଯିବ ବୋଲି ସେ କହିଛନ୍ତି । 

ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚରଣ ସ୍ୱାଇଁ ଷ୍ଟୁଡ଼ିଓ ବୁଲି ଦେଖିଥିଲେ । ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ସମର୍ଥ ବର୍ମା ଏବଂ ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.