ଭୁବନେଶ୍ୱର ୦୯/୦୬: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ। ଦୁର୍ନୀତି ଅଭିଯୋଗରେ ବଡ଼ କାର୍ଯ୍ୟାନୁଷ୍ଠାନ। ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍ପେଣ୍ଡ। ବରଗଡ଼ ଜଳସେଚନ ଡିଭିଜନର ସୁପାରିଟେଣ୍ଡଣ୍ଟ ଇଞ୍ଜିନିଅର ମଦନ ମୋହନ ସେଠୀ, ଭେଡେନ ଜଳସେଚନ ସବ ଡିଭିଜନ ଆସିଷ୍ଟାଣ୍ଟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାଜ କୁମାର ମିଶ୍ର, ବରଗଡ଼ କେନାଲ ସେକ୍ସନର ଆସିଷ୍ଟାଣ୍ଟ ଇଞ୍ଜିନିୟର ରଞ୍ଜନ ପଟେଲ ନିଲମ୍ବିତ। ଆର୍ଥିକ ଅନିୟମିତତା ଅଭିଯୋଗରେ ସେମାନଙ୍କୁ ନିଲମ୍ବନ କରାଯାଇଛି।
ବରଗଡ଼ ଡିଷ୍ଟ୍ରିବ୍ୟୁଟାରୀ ଉପରେ ବାକ୍ସ କଣ୍ଡକ୍ଟ ନିର୍ମାଣ, ବରଗଡ଼ କେନାଲ ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ କାର୍ଯ୍ୟ ସମ୍ପାଦନରେ ଅନିୟମିତତା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ହୋଇଛି। ନିଲମ୍ବନ ସମୟରେ ମଦନ ମୋହନ ସେଠୀ ଜଳ ସମ୍ପଦ ବିଭାଗ ସର୍ବୋଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଏବଂ ରାଜ କୁମାର ମିଶ୍ର ଓ ରଞ୍ଜନ ପଟେଲ ମହାନଦୀ ବେସିନ ମୁଖ୍ୟ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅଧିକ ପଢ଼ନ୍ତୁ :- Chandrika case : ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଅସଲି ଡାଏରୀ ଏବେବି ଗାଏବ, ବଡ଼ ଖୁଲାସା କଲେ ମାମୁଁ ଝିଅ ଭଉଣୀ