ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ତାରିଣୀ ମନ୍ଦିର ବିକାଶ ପାଇଁ ୨୧୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଡିପିଆର୍ ପ୍ରସ୍ତୁତ

Published By : Harapriya Sethi | April 14, 2025 2:07 PM

ଭୁବନେଶ୍ୱର,୧୪/୦୪: ଓଡ଼ିଆ ନବ ବର୍ଷରେ ମା' ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାଆଙ୍କ ଦର୍ଶନ ଲାଭ କରି କେନ୍ଦୁଝର ଜିଲ୍ଲା ଓ ଓଡ଼ିଶାର ବିକାଶ ପାଇଁ ମଙ୍ଗଳ ମନାସିଛନ୍ତି । ଏହି ପବିତ୍ର ଦିନରେ ମା' ତାରିଣୀ ମନ୍ଦିର ଓ ମନ୍ଦିର ପାରିପାର୍ଶ୍ୱିକ ବିକାଶ ପାଇଁ ୨୧୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଡିପିଆର୍ ପ୍ରସ୍ତୁତ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଖୁବ୍‌ଶୀଘ୍ର କାମ ଆରମ୍ଭ ହେବ ବୋଲି ସେ କହିଛନ୍ତି । 

ସୋମବାର ଦିନିକିଆ ଗସ୍ତରେ କେନ୍ଦୁଝର ଆସିଛନ୍ତି ମୁଖ୍ୟମନ୍ତ୍ରୀ । ସର୍ବ ପ୍ରଥମେ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀଙ୍କ ଦର୍ଶନ ଲାଭ କରିଛନ୍ତି । ମାଆଙ୍କ ଦର୍ଶନ ଲାଭ କରି କେନ୍ଦୁଝର ଜିଲ୍ଲା ଓ ଓଡ଼ିଶାର ବିକାଶ ପାଇଁ ମଙ୍ଗଳ ମନାସିଛନ୍ତି । ସର୍ବୋପରି ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲ୍ଲାରେ ଉନ୍ନତି ହେଉ ବୋଲି ମାଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ଅନ୍ୟପକ୍ଷରେ ଖୁବ୍ ଶୀଘ୍ର ତାରିଣୀ ମନ୍ଦିର ଓ ମନ୍ଦିର ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ ଆରମ୍ଭ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମା' ତାରିଣୀ ମନ୍ଦିର ଏବଂ ଏହାର ପାରିପାର୍ଶ୍ୱିକ ବିକାଶ ପାଇଁ ୨୧୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଡିପିଆର୍ ପ୍ରସ୍ତୁତ ହୋଇଥିବା କହିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.