ଭୁବନେଶ୍ଵର, ୨୧/୦୨ : ପୁଣି ବଢିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅବଧି। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫- ୨୬" ଅଧୀନରେ ସମସ୍ତ ପୁରସ୍କାର ପାଇଁ ଆବେଦନ ସମୟସୀମା ୨୮ ଫେବୃଆରୀ ୨୦୨୬ ଯାଏଁ ବୃଦ୍ଧି ହୋଇଛି। ଯୋଗ୍ୟ ଆବେଦନକାରୀ   https://msp.odisha.gov.in website କୁ ଯାଇ ଆବେଦନ କରିପାରିବେ। ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ପାଇଁ ଆବେଦନରେ କୋହଳ କରାଯାଇଛି। ପୂର୍ବ କାର୍ଯ୍ୟରତ ଜିଲ୍ଲା ଓ ବ୍ଲକରେ ୨୦୨୪ ମାର୍ଚ୍ଚ ୩୧  ଭିତରେ ଯୋଗ ଦେଇଥିଲେ ଆବେଦନ କରିପାରିବେ।

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ପୂର୍ବରୁ ଫେବୃଆରୀ ୫ ତାରିଖ ଯାଏଁ ବଢ଼ାଯାଇଥିଲା। ପରେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଥିଲା। ଏବେ ସମୟସୀମା ଫେବୃଆରୀ ୨୮ ଯାଏଁ  ବୃଦ୍ଧି କରାଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅଧୀନରେ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପ୍ରାଥମିକ ବିଦ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପୁରସ୍କାର, ପୁରାତନ ଛାତ୍ରୀଛାତ୍ର କମିଟି ପୁରସ୍କାର, ଗ୍ରାମପଞ୍ଚାୟତ ପୁରସ୍କାର, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ (ସିଆର୍‌ସିସି) ପୁରସ୍କାର, ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ପୁରସ୍କାର, ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ପୁରସ୍କାର, ଜିଲ୍ଲା ପୁରସ୍କାର, ବ୍ଲକ ପୁରସ୍କାର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଡିଆଇଇଟି) ପୁରସ୍କାର ପାଇଁ ଆବେଦନ ପ୍ରକ୍ରିୟା ଜାରି ରହିଛି। ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ୱେବ୍‌ସାଇଟରେ ସମସ୍ତ ସୂଚନା ଉପଲବ୍ଧ ରହିଛି।

ଏହି ଖବରଟିକୁ ପଢନ୍ତୁ- ଭିସା ପାଇଁ ଓଡ଼ିଶା ବାହାରକୁ ଦୌଡ଼ିବେନି ଛାତ୍ରଛାତ୍ରୀ, ଏପ୍ରିଲ ୧ରେ ଭୁବନେଶ୍ୱରରେ ଖୋଲିବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’