ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ବସ୍ତିବାସିନ୍ଦାଙ୍କୁ ସମସ୍ତ ମୌଳିକ ସୁବିଧା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

Published By : Suraj Kumar | May 21, 2025 11:22 PM

ଭୁବନେଶ୍ୱର,୨୧।୫: ଓଡିଶାର ସହରାଞ୍ଚଳରେ ପ୍ରାୟ ୮୦ ଲକ୍ଷ ଲୋକ ରହୁଛନ୍ତି। ଏଥିରୁ ପ୍ରାୟ ୨୫ ପ୍ରତିଶତ ଲୋକ ବସ୍ତି ଅଞ୍ଚଳରେ ରହୁଛନ୍ତି । ସହରରେ ରହିଲେ ମଧ୍ୟ ଅଧିକାଂଶ ଲୋକଙ୍କ ପାଖରେ ଭଲ ଘର କିମ୍ବା ଅନ୍ୟାନ୍ୟ ମୌଳିକ ସୁବିଧା ନାହିଁ। ତେଣୁ ସେମାନେ ଯେପରି ଉନ୍ନତି ଜୀବନଶୈଳୀ ସହିତ ନିଜର ଜୀବିକା ନିର୍ବାହ କରିପାରିବେ, ସେ ସଂପର୍କରେ ଯୋଜନା ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ବ ଆରୋପ କରିଛନ୍ତି ।

ଲୋକସେବା ଭବନରେ ଆୟୋଜିତ ଏକ ବୈଠକରେ ବସ୍ତିବାସିନ୍ଦାଙ୍କ ଉନ୍ନତ ଜୀବନଶୈଳୀର ବିକାଶ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ ଏକ ଉପସ୍ଥାପନା ରଖିଥିଲେ ।ଏଥିରେ ରାଜ୍ୟର ବସ୍ତିବାସିନ୍ଦାଙ୍କୁ ଘର ଯୋଗାଇଦେବା ପାଇଁ   ଜମି ବ୍ୟାଙ୍କ ସୃଷ୍ଟି ଉପରେ ଗୁରୁତ୍ବ ଆରୋପ କରାଯାଇଥିଲା । ଘର ସହିତ ସଡକ, ବିଜୁଳି, ପାଣି, ଅଙ୍ଗନବାଡୀ କେନ୍ଦ୍ର, ସ୍କୁଲ, ପାର୍କ, ଖୋଲାସ୍ଥାନ ଇତ୍ୟାଦି ସମସ୍ତ ମୌଳିକ ଓ ଅନ୍ୟ ଆବଶ୍ୟକ ସୁବିଧା ଯୋଗାଇ ଦେବା ପାଇଁ ଲକ୍ଷ୍ୟ ରଖାଯାଇଛି ।

ବସ୍ତି ଅଞ୍ଚଳ ଗୁଡିକ ଯେପରି ଆଦର୍ଶ ଆବାସିକ ଅଞ୍ଚଳ ଭାବେ ଗଢି ଉଠିବ ଏବଂ ସହରର ନାଗରିକ ଭାବରେ ସେମାନେ ଯେପରି ସମ୍ମାନର ସହ ସମସ୍ତ ମୌଳିକ ସୁବିଧା ହାସଲ କରିପାରିବେ, ସେଥିପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ବିଡିଏର ଉପାଧ୍ୟକ୍ଷ ଏନ୍‌. ଥିରୁମାଲା ନାୟକ ଏବଂ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ ପ୍ରମୁଖ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.