ଭୁବନେଶ୍ୱର, ୦୫/୦୧ : ନୂଆବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଜନତା ଦରବାର। ଭୁବନେଶ୍ୱର ସ୍ଥିତ ୟୁନିଟ-୨ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲୋକଙ୍କ ଦୁଃଖ ବୁଝିବା ସହ ସେଗୁଡ଼ିକର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ଆଜି ଥଣ୍ଡା ପାଗ ସତ୍ତ୍ୱେ ଅଭିଯୋଗକାରୀମାନେ ଭୁବନେଶ୍ୱର ଆସିଥିଲେ। ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ ୧ ହଜାର ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ପ୍ରଥମେ ମୁଖ୍ୟମନ୍ତ୍ରୀ ଦିବ୍ୟାଙ୍ଗ, ଭିନ୍ନକ୍ଷମ ଅଭିଯୋଗକାରୀଙ୍କୁ ଭେଟିଥିଲେ। ସେମାନଙ୍କ ଅଭିଯୋଗ ଶୁଣି ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାପାଳମାନଙ୍କୁ ମଧ୍ୟ ଜିଲ୍ଲାସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜୀକୃତ କରିବାକୁ କୁହାଯାଇଛି। ଅଭିଯୋଗ ଶୁଣାଣି ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ନିର୍ଦ୍ଦେଶ ରହିଛି।
ଏହି ଖବରଟିକୁ ପଢନ୍ତୁ- ନୀତି ଆୟୋଗ ସିଇଓଙ୍କ ସହ CSଙ୍କ ବୈଠକ : ୨୦୩୬ ଓ ୨୦୪୭ ଭିଜନ୍ କାର୍ଯ୍ୟକାରୀ ନେଇ ଗଠନ ହେବ କମିଟି