ଭୁବନେଶ୍ୱର,୨୦/୦୯: ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଆଜି ଠାରୁ ଉଦ୍ଦିଷ୍ଟ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ପଞ୍ଜୀକରଣ ଆରମ୍ଭ ହୋଇଛି । ସେଦିନ ପଞ୍ଜିକୃତ ସର୍ବାଧିକ ୧୦୦୦ ଦରଖାସ୍ତକାରୀ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ ।
୨୩ ତାରିଖ ସୋମବାର ୧୧ଟା ସମୟରୁ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ୟୁନିଟ୍-୫ ସ୍ଥିତ ସରକାରୀ ବାସଗୃହ ନମ୍ବର ଭିଆଇଆଇଆଇଏମଆର-୪ ଠାରେ ଏହି ଜନଶୁଣାଣି ହେବ । ଆବେଦନକାରୀ ପଞ୍ଜୀକୃତ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବାକୁ ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।