ଭୁବନେଶ୍ୱର,୧୬/୧୨: ଆଜି ଜନତାଙ୍କ ଅଭିଯୋଗ ଶୁଣାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେବ। ଦିନ ୧୧ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଶୁଣାଣ ହେବ।
ଗତ ଅକ୍ଟୋବର ୨୮ ତାରିଖ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ ପଞ୍ଜିକରଣ କରିଥିବା ଆବେଦନକାରୀମାନେ ଏହି ଜନଶୁଣାଣିରେ ଉପସ୍ଥିତ ରହିବାକୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦରଖାସ୍ତକାରୀ ସେମାନଙ୍କର ପଞ୍ଜିକରଣ ପ୍ରାପ୍ତି ସ୍ୱୀକାର ପତ୍ର ଓ ବ୍ୟକ୍ତିଗତ ପରିଚୟ ପତ୍ର ସହ ନିର୍ଦ୍ଧାରିତ ସ୍ଥାନରେ ଉପସ୍ଥିତ ରହିବାକୁ ଅନୁରୋଧ କରାଯାଇଛି ।