ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ମୁଖ୍ୟମନ୍ତ୍ରୀଙ୍କ ନୀତିଗତ ନିଷ୍ପତ୍ତି, ରାଜ୍ୟର ଶିଶୁବାଟିକାରେ ନିଯୁକ୍ତ ହେବେ ‘ଶିଶୁ ସେବିକା’

Published By : Harapriya Sethi | June 29, 2025 11:16 AM

ଭୁବନେଶ୍ୱର,୨୯/୦୬: ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍‍କା କରିବାରେ ସହାୟକ ହେବେ । ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି କେନ୍ଦ୍ରୀତ କରିପାରିବେ । ଏହାଦ୍ୱାରା ପ୍ରାକ୍‍-ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି  ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । 

ସୂଚନାଯୋଗ୍ୟ ଯେ, ନୂତନ ଜାତୀୟ ଶିକ୍ଷାନୀତି ଅନୁଯାୟୀ ରାଜ୍ୟର ୪୫ ହଜାର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଠାରୁ ଶିଶୁବାଟିକା ଖୋଲାଯାଇଛି । ଏଥିରେ ୫ରୁ ୬ ବର୍ଷ ବୟସର ପିଲାମାନଙ୍କୁ ପ୍ରାକ୍‍-ପ୍ରାଥମିକ ଶିକ୍ଷା ପ୍ରଦାନ କରାଯାଉଛି। ଶିଶୁବାଟିକାରେ ପିଲାଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଆବଶ୍ୟକତା ଅନୁଯାୟୀ ଶିଶୁ ସେବିକା ନିଯୁକ୍ତି ନିଷ୍ପତ୍ତି ନିଆଯିବ । 

ଛୋଟ ପିଲାମାନଙ୍କୁ ଶ୍ରେଣୀଗୃହରେ ପରିଚାଳନା କରିବା, ସେମାନଙ୍କ ଯତ୍ନ ନେବା ଗୁରୁଙ୍କ ଦାୟିତ୍ୱ । ଶିକ୍ଷକମାନଙ୍କ ଉପରେ ଏହି ଦାୟିତ୍ୱ ରହିଲେ ଶିକ୍ଷା କାର୍ଯ୍ୟ ବ୍ୟାହତ ହେବ । ସାରା ରାଜ୍ୟରେ ବିଭିନ୍ନ ଶିଶୁ ବାଟିକାରେ ଏ ସମ୍ପର୍କିତ ଏକ ଅଧ୍ୟୟନରୁ (Situational Study of Sishu Vatikas across the state) ଜଣାଯାଇଛି ଯେ, ଶିକ୍ଷକମାନଙ୍କୁ ଅଣଶିକ୍ଷା କାର୍ଯ୍ୟରେ ସହାୟତା କରିବା ପାଇଁ ଶିଶୁବାଟିକା ମାନଙ୍କରେ ଶିଶୁ ସେବିକା ମାନଙ୍କର ଆବଶ୍ୟକତା ରହିଛି । 

ନିଷ୍ପତ୍ତି ଅନୁଯାୟୀ, ସରକାରୀ ବିଦ୍ୟାଳୟରେ ନିଯୁକ୍ତ ପାଚିକାମାନଙ୍କୁ ଯେଉଁ ହାରରେ ଦରମା ଦିଆଯାଉଛି, ଶିଶୁ ସେବିକାମାନଙ୍କୁ ସେହି ହାରରେ ଦରମା ଦିଆଯିବ। ସମଗ୍ର ଶିକ୍ଷାର ବଜେଟରୁ ଏହି ଅର୍ଥ ପ୍ରଦାନ କରାଯିବ । ପିଲାମାନେ ଯେପରି ଇଆଡ଼େ ସେଆଡେ ବୁଲିବେ ନାହିଁ, ଶ୍ରେଣୀଗୃହ ଭିତରେ ସୁରକ୍ଷିତ ଭାବେ ରହିବେ, ତା’ଉପରେ ନଜର ରଖିବେ । ପିଲାଙ୍କ ହାତଧୂଆ, ଖାଇବା, ଶୌଚାଳୟ ଯିବା ଏବଂ ଶ୍ରେଣୀଗୃହରେ ବସିବା ଆଦି କାର୍ଯ୍ୟରେ ସହାୟତା କରିବା ପିଲା କାନ୍ଦିଲେ କିମ୍ୱା ଅଝଟ ହେଲେ ସେମାନଙ୍କୁ ବୁଝେଇ ସୁଝେଇ ଶାନ୍ତ କରିବା ଶିଶୁ ସେବିକାମାନଙ୍କ ଦାୟିତ୍ୱ । କେବଳ ସେତିକି ନୁହେଁ, ପିଲାଙ୍କୁ ବହି, ଖେଳନା ଆଦି ବିଭିନ୍ନ ଶିକ୍ଷା ସହାୟକ ଜିନିଷ ଯୋଗାଇ ଦେବା ପିଲା ଯଦି ବାହାରକୁ ଯିବେ କିମ୍ୱା ଶୌଚାଳୟ ଯିବେ, ତେବେ ସେବିକାମାନେ ପିଲାଙ୍କ ସହିତ ରହି ସେମାନଙ୍କୁ ସାହାଯ୍ୟ କରିବେ । ପିଲା ଯଦି କୌଣସି କାରଣରୁ ଅସୁସ୍ଥ ଥିବ, ମନଦୁଃଖରେ ଥିବ କିମ୍ୱା ଅବୁଝା ହେଉଥିବ ତେବେ ସେ ବିଷୟରେ ଶିକ୍ଷକଙ୍କୁ ଜଣାଇବ । ପ୍ରତ୍ୟେକ ପିଲାଙ୍କ ଦିନ କେମିତି କଟିଲା ସେ ସମ୍ପର୍କରେ ଗୋଟିଏ ଛୋଟ ନୋଟ ପ୍ରସ୍ତୁତ କରିବା । କୌଣସି ପରିସ୍ଥିତିରେ ଶିଶୁ ସେବିକା ମାନେ ପିଲାଙ୍କ ପାଠପଢ଼ା ଦାୟିତ୍ୱ ନେବେ ନାହିଁ, ପିଲାମାନଙ୍କୁ ଗାଳି କିମ୍ୱା ଦଣ୍ଡ ଦେଇ ପାରିବେନାହିଁ । ପିଲା ଅସୁସ୍ଥ ଥିଲେ ଶିକ୍ଷକଙ୍କୁ ଜଣାଇବେ, କିନ୍ତୁ ଔଷଧ ଦେବା ବା କୌଣସି ଚିକିତ୍ସା କରିପାରିବେ ନାହିଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.